Latest News
ଜେଏସଡବ୍ଲୁର 'ସମର୍ଥ ଯୁବ ବିକାଶ କେନ୍ଦ୍ର' ରେ ମାଆ ମାନଙ୍କୁ ସମ୍ମାନ ❯❯ ଆନ୍ତର୍ଜାତୀୟ ମହିଳା ଦିବସ ଅବସରରେ ପାରାଦୀପରେ ସପ୍ତାହବ୍ୟାପି ସାଂସ୍କୃତିକ ସମାବେଶ ❯❯ ମହିଳା କଲ୍ୟାଣ ଟ୍ରଷ୍ଟ ପକ୍ଷରୁ ପାରାଦୀପରେ ବିଶ୍ୱ ମହିଳା ଦିବସ ପାଳିତ ❯❯ ପାରାଦ୍ୱୀପ ବନ୍ଦର ସାକ୍ଷରତା ସମିତି ପକ୍ଷରୁ ଆନ୍ତର୍ଯ୍ୟାତୀୟ ମହିଳା ଦିବସ ପାଳିତ ❯❯ ପାରାଦୀପ ବନ୍ଦରାଧ୍ୟକ୍ଷ ପି.ଏଲ.ହରନାଦ ଙ୍କ ଦ୍ୱାରା 'ସାଇ ନିର୍ମଳ ଝର' ପ୍ରକଳ୍ପ ଉଦଘାଟିତ ❯❯ ଯୁବକକୁ ମଞ୍ଚକୁ ଡାକି ଚତୁର୍ଦ୍ଧାମୂର୍ତ୍ତିଙ୍କ ଫଟୋ ଚିତ୍ର ନେଲେ କେନ୍ଦ୍ର ଗୃହମନ୍ତ୍ରୀ ❯❯ ପାରାଦ୍ୱୀପରେ ଲାଗିଲା ରୁଷ ର ତୈଳ ବୋଝେଇ ଜାହାଜ ❯❯ ପାରାଦୀପ ବିଜେଡି ତରଫରୁ ବିଜୁ ଜନ୍ମଜୟନ୍ତୀ ପାଳନ, ଗୋଟିଏ ମଞ୍ଚରେ ଏକାଠି ହେଲେ ସମ୍ବିତ ଓ ବସନ୍ତ ❯❯ ମାନସିକ ଭିନ୍ନକ୍ଷମ ଯୁବକକୁ ଉଦ୍ଧାର କରି କଣାସ ସେବା ସଂସ୍ଥାନ କୁ ନେଲେ ସ୍ନେହମୟୀ ❯❯ ପାରାଦୀପ ବନ୍ଦର ପକ୍ଷରୁ ଆନ୍ତର୍ଜାତୀୟ ସୁରକ୍ଷା ସପ୍ତାହ ପାଳିତ ❯❯

ଓଡିଶା ସାହିତ୍ୟ ଏକାଡେମୀର ସ୍ଵର୍ଣ୍ଣକ୍ଷେତ୍ର ଦିବସରେ ଜଗତସିଂହପୁର ଜିଲ୍ଲା ର କୃତିତ୍ଵ ।

pragyansila bureau | 27 Jul 2025 | 5 min read | 19 views

ଭୁବନେଶ୍ୱର ( ପି.ଏନ. ଏସ ) : ଓଡ଼ିଶା ସାହିତ୍ୟ ଏକାଡ଼େମୀର ୬୮ ତମ ସ୍ଵର୍ଣ୍ଣକ୍ଷେତ୍ର ଭୁବନେଶ୍ବର ସ୍ଥିତ ରବୀନ୍ଦ୍ର ମଣ୍ଡପ ଠାରେ ପାଳିତ ହୋଇଯାଇଛି। ଏହି ଦିବସ ଉପଲକ୍ଷେ ଆୟୋଜିତ ବିଭିନ୍ନ ରାଜ୍ୟ ସ୍ତରୀୟ ସାହିତ୍ୟ ସମ୍ପର୍କିତ ପ୍ରତିଯୋଗିତାରେ ଜଗତସିଂହପୁର ଜିଲ୍ଲାର ୨ଜଣ ଛାତ୍ରୀ ମାନ୍ୟବର ମନ୍ତ୍ରୀ, ଉଚ୍ଚ ଶିକ୍ଷା, କ୍ରୀଡା ଓ ଯୁବ ବ୍ୟାପାର ଏବଂ ଓଡିଆ ଭାଷା ,ସାହିତ୍ୟ ଓ ସଂସ୍କୃତି ବିଭାଗ, ଓଡିଶା ସରକାର, ଶ୍ରୀ ସୂର୍ଯ୍ୟବଂଶୀ ସୂରଜଙ୍କ ଦ୍ଵାରା ପୁରସ୍କୃତ ହୋଇ ଜିଲ୍ଲା ପାଇଁ ଗୌରବ ଆଣିଛନ୍ତି । ସେମାନେ ହେଲେ, ବରିଷ୍ଠ ବର୍ଗ କବିତା ଆବୃତ୍ତି ରେ କେନ୍ଦ୍ରୀୟ ବିଦ୍ୟାଳୟ ଜଗତସିଂହପୁରର ଦଶମ ଶ୍ରେଣୀ ଛାତ୍ରୀ ଦୀପଶିଖା ମିଶ୍ର ଦ୍ବିତୀୟ ଏବଂ ବରିଷ୍ଠ ବର୍ଗ ସାହିତ୍ୟ ସମ୍ପର୍କିତ ସାଧାରଣ ଜ୍ଞାନ ପ୍ରତିଯୋଗିତାରେ ସରକାରୀ ଉଚ୍ଚ ବିଦ୍ୟାଳୟ,ନାଉଗାଁ ହାଟର
ଦଶମ ଶ୍ରେଣୀ ଛାତ୍ରୀ ଗାୟତ୍ରୀ ପୋଲାଇ, ଦ୍ଵିତୀୟ ସ୍ଥାନ ଅଧିକାର କରିଛନ୍ତି । ପ୍ରକାଶ ଥାଉକି, ଗତ ଜୁଲାଇ ୯ ତାରିଖ ଦିନ ଜିଲ୍ଲାର ଶ୍ରୀକୃଷ୍ଣ ଏକାଡେମୀ ଠାରେ ଜିଲ୍ଲା ସଂସ୍କୃତି ବିଭାଗ ପକ୍ଷରୁ ଜିଲ୍ଲା ସ୍ତରୀୟ ପ୍ରତିଯୋଗିତା ଆୟୋଜିତ ହୋଇଥିଲା। ଏଥିରେ ପ୍ରଥମ ସ୍ଥାନ ଅଧିକାର କରିଥିବା ଛାତ୍ରଛାତ୍ରୀମାନେ କନିଷ୍ଠ ବର୍ଗ ୧୩.୦୭.୨୫ ଓ ବରିଷ୍ଠ ବର୍ଗ ୨୦.୦୭.୨୫ ଦିନ ଉତ୍କଳ ସଙ୍ଗୀତ ମହାବିଦ୍ୟାଳୟ ଠାରେ ରାଜ୍ୟସ୍ତରୀୟ ପ୍ରତିଯୋଗିତାରେ ଅଂଶ ଗ୍ରହଣ କରିଥିଲେ ।