ବେଆଇନ କଫ୍ ସିରପ ଚୋରା ଚାଲାଣ ଓ ବ୍ୟବସାୟ ରୋକିବା ପାଇଁ ଓଡିଶା ପୋଲିସ ପକ୍ଷରୁ କଠୋର ପଦକ୍ଷେପ ।
pragyansila bureau | 10 Dec 2025 | 7 min read | 17 views
ଭୁବନେଶ୍ୱର ( ପି.ଏନ. ଏସ ) : ବେଆଇନ କଫ୍ ସିରପ ଚୋରା ଚାଲାଣ ଓ ବ୍ୟବସାୟ ରୋକିବା ପାଇଁ ଓଡିଶା ପୋଲିସ କଠୋର ପଦକ୍ଷେପ ଗ୍ରହଣ କରୁଛି । ବିଗତ କିଛି ଦିନ ମଧ୍ୟରେ ପୋଲିସ ପକ୍ଷରୁ ସ୍ୱତନ୍ତ୍ର ଅଭିଯାନ କରାଯାଇ ବିପୁଳ ପରିମାଣର କଫ୍ ସିରପ ଜବତ ସହିତ ଚୋରା ଚାଲାଣରେ ସମ୍ପୃକ୍ତ ଅଭିଯୁକ୍ତମାନଙ୍କୁ ଗିରଫ କରିବାରେ ସଫଳ ହୋଇଛି । ମୋଟ ୬୧ଟି ମାମଲା ରୁଜୁ କରାଯିବା ସହ ମୋଟ ୭୩,୧୮୧ ବୋତଲ ନିଶାଦ୍ରବ୍ୟ ମିଶ୍ରିତ କଫ ସିରପ ଜବତ କରାଯାଇଛି। ଏହି କାରବାରରେ ସମ୍ପୃକ୍ତ ୧୮୧ ଜଣ ବ୍ୟକ୍ତିଙ୍କୁ ଗିରଫ କରାଯାଇଛି ।
STF, ଭୁବନେଶ୍ୱର ସର୍ବାଧିକ ୨୬,୬୫୮ ବୋତଲ କଫ ସିରପ୍ ଜବତ କରି ଏହି ଅଭିଯାନରେ ପ୍ରମୁଖ ଭୂମିକା ଗ୍ରହଣ କରିଛି ।
ସେହିପରି ସମ୍ବଲପୁର ଜିଲ୍ଲା ପୋଲିସ ୧୩ଟି ମାମଲା ରୁଜୁ କରାଯାଇ ଥିବା ବେଳେ ୧୯,୯୦୮ ବୋତଲ କଫ ସିରପ ଜବତ କରାଯାଇଛି । ବରଗଡ଼ ଜିଲ୍ଲା ପୋଲିସ ୧୭ଟି ମାମଲା ଓ ୧୨,୮୫୬ ବୋତଲ, ବଲାଙ୍ଗୀର ୧୨ଟି ମାମଲା ଓ ୫,୪୬୮ ବୋତଲ, ସୁବର୍ଣ୍ଣପୁର ଜିଲ୍ଲାରେ ୬ଟି ମାମଲା ଓ ୪୫୧ ବୋତଲ, ବୌଦ୍ଧ ଜିଲ୍ଲାରେ ୪ ଟି ମାମଲା ସହିତ ୧୮୮୬ ବୋତଲ ଏବଂ ସୁନ୍ଦରଗଡ଼ ଜିଲ୍ଲାରେ ୩ଟି ମାମଲା ସହିତ ୫୯୫ ବୋତଲ କଫ ସିରପ ଜବତ କରାଯାଇଛି ।
ସମ୍ବଲପୁର ଜିଲ୍ଲା ପୋଲିସ ୬୬ ଜଣଙ୍କୁ ଗିରଫ କରିଥିବା ବେଳେ,ବରଗଡ଼ ପୋଲିସ ୬୪, ବଲାଙ୍ଗୀର ପୋଲିସ ୨୩ , ସୁବର୍ଣ୍ଣପୁର ପୋଲିସ ୭ ଜଣ, ସୁନ୍ଦରଗଡ ୬ ଜଣ ଏବଂ କେଉଁଝର ଜିଲ୍ଲାରେ ୬ ଜଣଙ୍କୁ ଗିରଫ କରାଯାଇଛି, ଯାହା ନିଶା କାରବାର ନେଟୱର୍କକୁ ଭାଙ୍ଗିବାରେ ପୋଲିସର ତତ୍ପରତାକୁ ଦର୍ଶାଉଛି ।
ରାଜ୍ୟ ଆରକ୍ଷୀ ମହାନିର୍ଦ୍ଦେଶକ ଶ୍ରୀ ଯୋଗେଶ ବାହାଦୁର ଖୁରାନିଆ ସମସ୍ତ ଜିଲ୍ଲା ଏବଂ ସ୍ୱତନ୍ତ୍ର ଟାସ୍କ ଫୋର୍ସର ଏହି ସଫଳତାକୁ ପ୍ରଶଂସା କରିଛନ୍ତି । ଆଗାମୀ ଦିନରେ ଏହିପରି ଅଭିଯାନ ଜାରି ରହିବା ସହ ନିଶା ବ୍ୟବସାୟୀଙ୍କ ବିରୁଦ୍ଧରେ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ଡିଜିପି ସୂଚନା ଦେଇଛନ୍ତି ।