Latest News
ଜେଏସଡବ୍ଲୁର 'ସମର୍ଥ ଯୁବ ବିକାଶ କେନ୍ଦ୍ର' ରେ ମାଆ ମାନଙ୍କୁ ସମ୍ମାନ ❯❯ ଆନ୍ତର୍ଜାତୀୟ ମହିଳା ଦିବସ ଅବସରରେ ପାରାଦୀପରେ ସପ୍ତାହବ୍ୟାପି ସାଂସ୍କୃତିକ ସମାବେଶ ❯❯ ମହିଳା କଲ୍ୟାଣ ଟ୍ରଷ୍ଟ ପକ୍ଷରୁ ପାରାଦୀପରେ ବିଶ୍ୱ ମହିଳା ଦିବସ ପାଳିତ ❯❯ ପାରାଦ୍ୱୀପ ବନ୍ଦର ସାକ୍ଷରତା ସମିତି ପକ୍ଷରୁ ଆନ୍ତର୍ଯ୍ୟାତୀୟ ମହିଳା ଦିବସ ପାଳିତ ❯❯ ପାରାଦୀପ ବନ୍ଦରାଧ୍ୟକ୍ଷ ପି.ଏଲ.ହରନାଦ ଙ୍କ ଦ୍ୱାରା 'ସାଇ ନିର୍ମଳ ଝର' ପ୍ରକଳ୍ପ ଉଦଘାଟିତ ❯❯ ଯୁବକକୁ ମଞ୍ଚକୁ ଡାକି ଚତୁର୍ଦ୍ଧାମୂର୍ତ୍ତିଙ୍କ ଫଟୋ ଚିତ୍ର ନେଲେ କେନ୍ଦ୍ର ଗୃହମନ୍ତ୍ରୀ ❯❯ ପାରାଦ୍ୱୀପରେ ଲାଗିଲା ରୁଷ ର ତୈଳ ବୋଝେଇ ଜାହାଜ ❯❯ ପାରାଦୀପ ବିଜେଡି ତରଫରୁ ବିଜୁ ଜନ୍ମଜୟନ୍ତୀ ପାଳନ, ଗୋଟିଏ ମଞ୍ଚରେ ଏକାଠି ହେଲେ ସମ୍ବିତ ଓ ବସନ୍ତ ❯❯ ମାନସିକ ଭିନ୍ନକ୍ଷମ ଯୁବକକୁ ଉଦ୍ଧାର କରି କଣାସ ସେବା ସଂସ୍ଥାନ କୁ ନେଲେ ସ୍ନେହମୟୀ ❯❯ ପାରାଦୀପ ବନ୍ଦର ପକ୍ଷରୁ ଆନ୍ତର୍ଜାତୀୟ ସୁରକ୍ଷା ସପ୍ତାହ ପାଳିତ ❯❯

ଜଗତସିଂହପୁର ଜିଲ୍ଲା ରେ କଂଗ୍ରେସ ପକ୍ଷରୁ ଓଡ଼ିଶା ବନ୍ଦ ପ୍ରଭାବ

pragyansila bureau | 19 Jul 2025 | 4 min read | 7 views

ଜଗତସିଂହପୁର ( ପି.ଏନ. ଏସ ) : ବାଲେଶ୍ୱର ଏଫ୍ ଏମ୍ ମହାବିଦ୍ୟାଳୟ ଛାତ୍ରୀ ସୌମ୍ୟାଶ୍ରୀ ବିଶିଙ୍କ ଆତ୍ମହତ୍ୟା ଘଟଣାରେ କଂଗ୍ରେସ ଓଡିଶା ବନ୍ଦ ଡାକରା ଦେଇଛି । ଅଖ ବନ୍ଦ ଚକ ବନ୍ଦ ପ୍ରଭାବ ସାରା ରାଜ୍ୟରେ ଦେଖିବାକୁ ମିଳିଥିବା ବେଳେ ଜଗତସିଂହପୁର ଜିଲ୍ଲାରେ ମଧ୍ୟ ଏହାର ପ୍ରଭାବ ଦେଖିବାକୁ ମିଳିଛି । କଂଗେସ କର୍ମୀ ରାଜରାସ୍ତା ଉପରେ ଧାରଣାରେ ବସି ରହିଥିବା ବେଳେ ଗାଡ଼ି ମଟର ଚଳାଚଳ ସମ୍ପୂର୍ଣ୍ଣ ଠପ୍ ହୋଇ ଯାଇଛି । ଏହାସହ ବ୍ୟବସାୟିକ ପ୍ରତିଷ୍ଠାନ ଏବଂ ଦୋକାନ ବଜାର ,ସ୍କୁଲ, କଲେଜ, ସରକାରୀ, ବେସରକାରୀ କାର୍ଯ୍ୟାଳୟ, ବ୍ୟବସାୟିକ ପ୍ରତିଷ୍ଠାନ, ବସ୍ ଚଳାଚଳ ବନ୍ଦ ରହିଛି । ଶାନ୍ତି ପୂର୍ଣ୍ଣ ଭାବେ ଏହି ଆନ୍ଦୋଳନ ହେଉଥିବା ବେଳେ ଜଗତସିଂହପୁର ଜିଲ୍ଲା ବାସୀ ଏହି ଆନ୍ଦୋଳନକୁ ସହଯୋଗ କରୁଥିବାର ଜିଲ୍ଲା କଂଗ୍ରେସ ସଂଯୋଜକ ନଟ ବାରିକ କହିଛନ୍ତି । ଆଇନ ଶୃଙ୍ଖଳା ଦୃଷ୍ଟିରୁ ଜଗତସିଂହପୁର ଜିଲ୍ଲା ପୋଲିସ ପକ୍ଷରୁ ସୁରକ୍ଷା ବ୍ୟବସ୍ଥା କଡାକଡି କରାଯାଇଛି ।