Latest News
ଜେଏସଡବ୍ଲୁର 'ସମର୍ଥ ଯୁବ ବିକାଶ କେନ୍ଦ୍ର' ରେ ମାଆ ମାନଙ୍କୁ ସମ୍ମାନ ❯❯ ଆନ୍ତର୍ଜାତୀୟ ମହିଳା ଦିବସ ଅବସରରେ ପାରାଦୀପରେ ସପ୍ତାହବ୍ୟାପି ସାଂସ୍କୃତିକ ସମାବେଶ ❯❯ ମହିଳା କଲ୍ୟାଣ ଟ୍ରଷ୍ଟ ପକ୍ଷରୁ ପାରାଦୀପରେ ବିଶ୍ୱ ମହିଳା ଦିବସ ପାଳିତ ❯❯ ପାରାଦ୍ୱୀପ ବନ୍ଦର ସାକ୍ଷରତା ସମିତି ପକ୍ଷରୁ ଆନ୍ତର୍ଯ୍ୟାତୀୟ ମହିଳା ଦିବସ ପାଳିତ ❯❯ ପାରାଦୀପ ବନ୍ଦରାଧ୍ୟକ୍ଷ ପି.ଏଲ.ହରନାଦ ଙ୍କ ଦ୍ୱାରା 'ସାଇ ନିର୍ମଳ ଝର' ପ୍ରକଳ୍ପ ଉଦଘାଟିତ ❯❯ ଯୁବକକୁ ମଞ୍ଚକୁ ଡାକି ଚତୁର୍ଦ୍ଧାମୂର୍ତ୍ତିଙ୍କ ଫଟୋ ଚିତ୍ର ନେଲେ କେନ୍ଦ୍ର ଗୃହମନ୍ତ୍ରୀ ❯❯ ପାରାଦ୍ୱୀପରେ ଲାଗିଲା ରୁଷ ର ତୈଳ ବୋଝେଇ ଜାହାଜ ❯❯ ପାରାଦୀପ ବିଜେଡି ତରଫରୁ ବିଜୁ ଜନ୍ମଜୟନ୍ତୀ ପାଳନ, ଗୋଟିଏ ମଞ୍ଚରେ ଏକାଠି ହେଲେ ସମ୍ବିତ ଓ ବସନ୍ତ ❯❯ ମାନସିକ ଭିନ୍ନକ୍ଷମ ଯୁବକକୁ ଉଦ୍ଧାର କରି କଣାସ ସେବା ସଂସ୍ଥାନ କୁ ନେଲେ ସ୍ନେହମୟୀ ❯❯ ପାରାଦୀପ ବନ୍ଦର ପକ୍ଷରୁ ଆନ୍ତର୍ଜାତୀୟ ସୁରକ୍ଷା ସପ୍ତାହ ପାଳିତ ❯❯

କିଶୋର ନ୍ୟାୟ ଓ ବାଧ୍ୟତାମୂଳକ ଶିକ୍ଷା ଅଧିକାର ଆଇନ ସମ୍ପର୍କିତ ସଚେତନତା କାର୍ଯ୍ୟକ୍ରମ

pragyansila bureau | 19 Jul 2025 | 6 min read | 6 views

ଜଗତସିଂହପୁର ( ପି.ଏନ. ଏସ ) : ଜଗତସିଂହପୁର ବ୍ଲକ ଅନ୍ତର୍ଗତ ପୁରୁଣାଗଡ ସ୍ଥିତ ବୀଣାପାଣି ଉଚ୍ଚ ବିଦ୍ୟାଳୟରେ ଜଗତସିଂହପୁର ଜିଲ୍ଲା ଆଇନ ସେବା ପ୍ରାଧିକର ତରଫରୁ କିଶୋର ନ୍ୟାୟ ଆଇନ, ୨୦୧୫ ଓ ବାଧ୍ୟତାମୂଳକ ଶିକ୍ଷା ଅଧିକାର ଆଇନ ସମ୍ପର୍କିତ ଏକ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲା ଆଇନ ସେବା ପ୍ରାଧିକରଣ ସଚିବଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ବିଦ୍ୟାଳୟର ପ୍ରଧାନ ଶିକ୍ଷୟତ୍ରୀ, ବରିଷ୍ଠ ଶିକ୍ଷକ, ଶିକ୍ଷୟତ୍ରୀ ଏବଂ ଛାତ୍ରଛାତ୍ରୀମାନେ ଉପସ୍ଥିତ ଥିଲେ । ବିଦ୍ୟାଳୟର ପ୍ରଧାନ ଶିକ୍ଷୟତ୍ରୀ ସ୍ଵାଗତ ଭାଷଣ ଦେଇଥିଲେ । ଏହା ପରେ ଆଇନ ସେବା ପ୍ରାଧିକରଣ ସଚିବ ତାଙ୍କ ବକ୍ତବ୍ୟରେ କହିଥିଲେ ଯେ କିଶୋର ନ୍ୟାୟ ଆଇନ, ୨୦୧୫ ଅନୁଯାଇ ବିଭିନ୍ନ ମାମଲା ସହ ଜଡିତ ଥିବା ୧୮ ବର୍ଷରୁ କମ୍ ପିଲାମାନଙ୍କୁ ସୁରକ୍ଷା ପ୍ରଦାନ କରିବା ହେଉଛି ଏହି ଆଇନର ମୂଳ ଲକ୍ଷ୍ୟ । ଶିଶୁମାନଙ୍କୁ ଦଣ୍ଡ ବଦଳରେ ପୁନର୍ବାସ କରାଇବା ସହ ସେମାନଙ୍କ ସହିତ ଜଡିତ ଥିବା ମୋକଦ୍ଦମା ଗୁଡିକର ପରିଚାଳନା କରାଇବା ପାଇଁ ଏହି ଆଇନ ରୂପରେଖ ପ୍ରଦାନ କରିଥାଏ । ଏହା ପରେ ସଚିବ ଭାରତୀୟ ସମ୍ବିଧାନର ଧାରା ୨୧(କ) ଅନୁଯାଇ ୬ ବର୍ଷରୁ ୧୪ ବର୍ଷ ପର୍ଯ୍ୟନ୍ତ ସମସ୍ତ ଶିଶୁଙ୍କୁ ନିଶୁଳ୍କ ଓ ବାଧ୍ୟତାମୂଳକ ଶିକ୍ଷା ପ୍ରଧାନ ବିଷୟରେ ସଚେତନ କରାଇବା ସହ ବାଧ୍ୟତାମୂଳକ ଶିକ୍ଷା ଅଧିକାର ଆଇନ ବିଷୟରେ ପୁଙ୍ଖାନୁପୁଙ୍ଖ ଭାବେ ଆଲୋଚନା କରିଥିଲେ । ଶେଷରେ ବରିଷ୍ଠ ଶିକ୍ଷକ ଧନ୍ୟବାଦ ଅର୍ପଣ କରିଥିଲେ ।