Latest News
ଜେଏସଡବ୍ଲୁର 'ସମର୍ଥ ଯୁବ ବିକାଶ କେନ୍ଦ୍ର' ରେ ମାଆ ମାନଙ୍କୁ ସମ୍ମାନ ❯❯ ଆନ୍ତର୍ଜାତୀୟ ମହିଳା ଦିବସ ଅବସରରେ ପାରାଦୀପରେ ସପ୍ତାହବ୍ୟାପି ସାଂସ୍କୃତିକ ସମାବେଶ ❯❯ ମହିଳା କଲ୍ୟାଣ ଟ୍ରଷ୍ଟ ପକ୍ଷରୁ ପାରାଦୀପରେ ବିଶ୍ୱ ମହିଳା ଦିବସ ପାଳିତ ❯❯ ପାରାଦ୍ୱୀପ ବନ୍ଦର ସାକ୍ଷରତା ସମିତି ପକ୍ଷରୁ ଆନ୍ତର୍ଯ୍ୟାତୀୟ ମହିଳା ଦିବସ ପାଳିତ ❯❯ ପାରାଦୀପ ବନ୍ଦରାଧ୍ୟକ୍ଷ ପି.ଏଲ.ହରନାଦ ଙ୍କ ଦ୍ୱାରା 'ସାଇ ନିର୍ମଳ ଝର' ପ୍ରକଳ୍ପ ଉଦଘାଟିତ ❯❯ ଯୁବକକୁ ମଞ୍ଚକୁ ଡାକି ଚତୁର୍ଦ୍ଧାମୂର୍ତ୍ତିଙ୍କ ଫଟୋ ଚିତ୍ର ନେଲେ କେନ୍ଦ୍ର ଗୃହମନ୍ତ୍ରୀ ❯❯ ପାରାଦ୍ୱୀପରେ ଲାଗିଲା ରୁଷ ର ତୈଳ ବୋଝେଇ ଜାହାଜ ❯❯ ପାରାଦୀପ ବିଜେଡି ତରଫରୁ ବିଜୁ ଜନ୍ମଜୟନ୍ତୀ ପାଳନ, ଗୋଟିଏ ମଞ୍ଚରେ ଏକାଠି ହେଲେ ସମ୍ବିତ ଓ ବସନ୍ତ ❯❯ ମାନସିକ ଭିନ୍ନକ୍ଷମ ଯୁବକକୁ ଉଦ୍ଧାର କରି କଣାସ ସେବା ସଂସ୍ଥାନ କୁ ନେଲେ ସ୍ନେହମୟୀ ❯❯ ପାରାଦୀପ ବନ୍ଦର ପକ୍ଷରୁ ଆନ୍ତର୍ଜାତୀୟ ସୁରକ୍ଷା ସପ୍ତାହ ପାଳିତ ❯❯

ବିଜୁ ଛାତ୍ର ଜନତା ଦଳ ପକ୍ଷରୁ ମୁଖ୍ୟମନ୍ତ୍ରୀ ଙ୍କୁ ଖୋଲା ଚିଠି ପ୍ରଦାନ ।

pragyansila bureau | 14 Aug 2025 | 5 min read | 5 views

ପାରାଦ୍ୱୀପ ( ପି.ଏନ. ଏସ ) : ରାଜ୍ୟରେ ବିପର୍ଯ୍ୟସ୍ତ ହୋଇପଡିଛି ଆଇନ ଶୃଙ୍ଖଳା ପରିସ୍ଥିତି । ଦିନ ଦିପହରରେ ନିଜକୁ ଆଉ ସୁରକ୍ଷିତ ମଣୁନାହାନ୍ତି ଛାତ୍ରୀ । ଘରୁ ବାହାରି ବାହାରକୁ ଗଲେ ଆଉ ସୁରକ୍ଷିତ ଭାବରେ ଘରେ ପହଁଚିବେ କି ନାହିଁ ତାହା ବି କହିବା ମୁସ୍କିଲ ହୋଇପଡିଛି । ବିପର୍ଯ୍ୟସ୍ତ ଆଇନ ଶୁଙ୍ଖଳା ପରିସ୍ଥିତି କୁ ନେଇ ପାରାଦ୍ଵୀପ ମହାବିଦ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରିବା ସହିତ ମୁଖ୍ୟମନ୍ତ୍ରୀ ଙ୍କ ଉଦ୍ଦେଶ୍ୟରେ ଖୋଲା ଚିଠି ପଠାଇଛନ୍ତି ବିଜୁ ଛାତ୍ର ଜନତା ଦଳର ଛାତ୍ରଛାତ୍ରୀମାନେ । ଏହାକୁ ନେଇ ସମଗ୍ର ରାଜ୍ୟରେ ବିଜୁ ଛାତ୍ର ଜନତା ଦଳ ପକ୍ଷରୁ ବିଭିନ୍ନ ମହାବିଦ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରାଯାଉଥିବା ବେଳେ ଆଜି ପାରାଦ୍ଵୀପ ମହାବିଦ୍ୟାଳୟ ସମ୍ମୁଖରେ ବିଜୁ ଛାତ୍ର ଜନତା ଦଳ ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି । ଆଇନ ଶୃଙ୍ଖଳା ପରିସ୍ଥିତିକୁ ଖୁବ୍ ଶୀଘ୍ର ସଜାଡିବା ପାଇଁ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଖୋଲା ଚିଠି ପଠାଇଛନ୍ତି । ଯଦି ପରିସ୍ଥିତିରେ କୌଣସି ସୁଧାର ନ ଆସେ ତେବେ ଆଗାମୀ ଦିନରେ ବିଜୁ ଛାତ୍ର ଜନତା ଦଳ ପକ୍ଷରୁ ରାଜରାସ୍ତା ଅବରୋଧ କରାଯିବ ବୋଲି ଚେତାବନୀ ଦିଆଯାଇଛି ।