Latest News
ଜେଏସଡବ୍ଲୁର 'ସମର୍ଥ ଯୁବ ବିକାଶ କେନ୍ଦ୍ର' ରେ ମାଆ ମାନଙ୍କୁ ସମ୍ମାନ ❯❯ ଆନ୍ତର୍ଜାତୀୟ ମହିଳା ଦିବସ ଅବସରରେ ପାରାଦୀପରେ ସପ୍ତାହବ୍ୟାପି ସାଂସ୍କୃତିକ ସମାବେଶ ❯❯ ମହିଳା କଲ୍ୟାଣ ଟ୍ରଷ୍ଟ ପକ୍ଷରୁ ପାରାଦୀପରେ ବିଶ୍ୱ ମହିଳା ଦିବସ ପାଳିତ ❯❯ ପାରାଦ୍ୱୀପ ବନ୍ଦର ସାକ୍ଷରତା ସମିତି ପକ୍ଷରୁ ଆନ୍ତର୍ଯ୍ୟାତୀୟ ମହିଳା ଦିବସ ପାଳିତ ❯❯ ପାରାଦୀପ ବନ୍ଦରାଧ୍ୟକ୍ଷ ପି.ଏଲ.ହରନାଦ ଙ୍କ ଦ୍ୱାରା 'ସାଇ ନିର୍ମଳ ଝର' ପ୍ରକଳ୍ପ ଉଦଘାଟିତ ❯❯ ଯୁବକକୁ ମଞ୍ଚକୁ ଡାକି ଚତୁର୍ଦ୍ଧାମୂର୍ତ୍ତିଙ୍କ ଫଟୋ ଚିତ୍ର ନେଲେ କେନ୍ଦ୍ର ଗୃହମନ୍ତ୍ରୀ ❯❯ ପାରାଦ୍ୱୀପରେ ଲାଗିଲା ରୁଷ ର ତୈଳ ବୋଝେଇ ଜାହାଜ ❯❯ ପାରାଦୀପ ବିଜେଡି ତରଫରୁ ବିଜୁ ଜନ୍ମଜୟନ୍ତୀ ପାଳନ, ଗୋଟିଏ ମଞ୍ଚରେ ଏକାଠି ହେଲେ ସମ୍ବିତ ଓ ବସନ୍ତ ❯❯ ମାନସିକ ଭିନ୍ନକ୍ଷମ ଯୁବକକୁ ଉଦ୍ଧାର କରି କଣାସ ସେବା ସଂସ୍ଥାନ କୁ ନେଲେ ସ୍ନେହମୟୀ ❯❯ ପାରାଦୀପ ବନ୍ଦର ପକ୍ଷରୁ ଆନ୍ତର୍ଜାତୀୟ ସୁରକ୍ଷା ସପ୍ତାହ ପାଳିତ ❯❯

ବିଶ୍ଵ ମାନସିକ ସ୍ୱାସ୍ଥ୍ୟ ଦିବସ ପାଳିତ ।

pragyansila bureau | 13 Oct 2025 | 5 min read | 5 views

ରଘୁନାଥପୁର ( ପି.ଏନ. ଏସ ) : ରଘୁନାଥପୁର ବ୍ଳକ ଅନ୍ତର୍ଗତ ବରାଗୋଳସ୍ଥିତ ନରେନ୍ଦ୍ର ବିଦ୍ୟାମନ୍ଦିରରେ ଜଗତସିଂହପୁର ଜିଲ୍ଲା ଆଇନ ସେବା ପ୍ରାଧୀକରଣର ତରଫରୁ ବିଶ୍ଵ ମାନସିକ ସ୍ୱାସ୍ଥ୍ୟ ଦିବସ ପାଳନ ହୋଇଯାଇଛି I ପ୍ରାଧିକରଣର ସଚିବଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ବିଦ୍ୟାଳୟର ପ୍ରଧାନ ଶିକ୍ଷୟତ୍ରୀ, ସହକାରୀ ଶିକ୍ଷକ ଶିକ୍ଷୟତ୍ରୀ, ପାରା ଲିଗାଲ୍ ସ୍ବେଛାସେବୀ ଏବଂ ଛାତ୍ରଛାତ୍ରୀମାନେ ଉପସ୍ଥିତ ଥିଲେ I ବିଦ୍ୟାଳୟର ପ୍ରଧାନ ଶିକ୍ଷୟତ୍ରୀ ଅତିଥି ପରିଚୟ ପ୍ରଦାନ କରିଥିଲେ ଓ ତତ୍ ସହିତ ଛାତ୍ରୀମାନେ ସ୍ଵାଗତ ସଂଗୀତ ଗାନ କରିଥିଲେ । ପ୍ରାଧିକରଣ ସଚିବ ଏହି କାର୍ଯ୍ୟକ୍ରମର ଆଭିମୁଖ୍ୟ ସମ୍ପର୍କରେ ଆଲୋଚନା କରିବା ସହ ମାନସିକ ସ୍ୱାସ୍ଥ୍ୟ ନିୟମ ଓ ନାଲସା ଯୋଜନା ଅନୁଯାୟୀ ମାନସିକ ସ୍ତରରେ ଅସୁସ୍ଥ ଥିବା ବ୍ୟକ୍ତିଙ୍କୁ କିପରି ଆଇନଗତ ସାହାଯ୍ୟ କରାଯାଇପାରିବ ଏହି ସମ୍ପର୍କରେ ସଚେତନ କରାଇଥିଲେ I ମାନସିକ ଭିନ୍ନକ୍ଷମମାନଙ୍କ ପାଇଁ କାର୍ଯ୍ୟ କରୁଥିବା ବିଭିନ୍ନ ବେସରକାରୀ ସଂସ୍ଥା, ଜାତୀୟ ମାନସିକ ସ୍ୱାସ୍ଥ୍ୟ ନୀତି, ଜାତୀୟ ମାନସିକ ସ୍ୱାସ୍ଥ୍ୟ କାର୍ଯ୍ୟକ୍ରମ, ଜାତୀୟ ଆତ୍ମହତ୍ୟା ରୋକିବା ରଣନୀତି, ମାନସିକ ବିକାରଗସ୍ତ ବ୍ୟକ୍ତିଙ୍କ ଅଧିକାର ବିଷୟରେ ମଧ୍ୟ ପୁଙ୍ଖାନୁପୁଙ୍ଖ ଭାବେ ଆଲୋଚନା କରିଥିଲେ I ଶେଷରେ ସହକାରୀ ଶିକ୍ଷକ ଧନ୍ୟବାଦ ଅର୍ପଣ କରିଥିଲେ I