Latest News
ପାରାଦ୍ଵୀପ ଗଲ୍ଫ କ୍ଲବ ପକ୍ଷରୁ ପ୍ରେସିଡେଣ୍ଟ କପ୍ ଗଲ୍ଫ ଟୁର୍ଣ୍ଣାମେଣ୍ଟ -୨୦୨୬ ଆୟୋଜିତ । ❯❯ ଜେଏସଡବ୍ଲୁର 'ସମର୍ଥ ଯୁବ ବିକାଶ କେନ୍ଦ୍ର' ରେ ମାଆ ମାନଙ୍କୁ ସମ୍ମାନ ❯❯ ଆନ୍ତର୍ଜାତୀୟ ମହିଳା ଦିବସ ଅବସରରେ ପାରାଦୀପରେ ସପ୍ତାହବ୍ୟାପି ସାଂସ୍କୃତିକ ସମାବେଶ ❯❯ ମହିଳା କଲ୍ୟାଣ ଟ୍ରଷ୍ଟ ପକ୍ଷରୁ ପାରାଦୀପରେ ବିଶ୍ୱ ମହିଳା ଦିବସ ପାଳିତ ❯❯ ପାରାଦ୍ୱୀପ ବନ୍ଦର ସାକ୍ଷରତା ସମିତି ପକ୍ଷରୁ ଆନ୍ତର୍ଯ୍ୟାତୀୟ ମହିଳା ଦିବସ ପାଳିତ ❯❯ ପାରାଦୀପ ବନ୍ଦରାଧ୍ୟକ୍ଷ ପି.ଏଲ.ହରନାଦ ଙ୍କ ଦ୍ୱାରା 'ସାଇ ନିର୍ମଳ ଝର' ପ୍ରକଳ୍ପ ଉଦଘାଟିତ ❯❯ ଯୁବକକୁ ମଞ୍ଚକୁ ଡାକି ଚତୁର୍ଦ୍ଧାମୂର୍ତ୍ତିଙ୍କ ଫଟୋ ଚିତ୍ର ନେଲେ କେନ୍ଦ୍ର ଗୃହମନ୍ତ୍ରୀ ❯❯ ପାରାଦ୍ୱୀପରେ ଲାଗିଲା ରୁଷ ର ତୈଳ ବୋଝେଇ ଜାହାଜ ❯❯ ପାରାଦୀପ ବିଜେଡି ତରଫରୁ ବିଜୁ ଜନ୍ମଜୟନ୍ତୀ ପାଳନ, ଗୋଟିଏ ମଞ୍ଚରେ ଏକାଠି ହେଲେ ସମ୍ବିତ ଓ ବସନ୍ତ ❯❯ ମାନସିକ ଭିନ୍ନକ୍ଷମ ଯୁବକକୁ ଉଦ୍ଧାର କରି କଣାସ ସେବା ସଂସ୍ଥାନ କୁ ନେଲେ ସ୍ନେହମୟୀ ❯❯

ମହେନ୍ଦ୍ର ସ୍ୱାଇଁ ହତ୍ୟା ମାମଲାରେ କୋର୍ଟରେ ହାଜର ହେଲେ ମହିମା ମିଶ୍ର ଏବଂ ବାପି ସର୍ଖେଲ ।

Alok Kumar Mohapatra | 02 Nov 2025 | 3 min read | 3 views

ପାରାଦ୍ୱୀପ ( ପି.ଏନ. ଏସ ) : ସିୱେଜ୍ ସିପିଂ ଆଣ୍ଡ୍ ଲଜିଷ୍ଟିକ୍ସ ପ୍ରାଇଭେଟ୍ ଲିମିଟେଡ୍ (ଏସ୍ଏସପିଏଲ) ର ଜେନେରାଲ ମ୍ୟାନେଜର ମହେନ୍ଦ୍ର ସ୍ୱାଇଁଙ୍କ ହତ୍ୟା ମାମଲାରେ ସୋମବାର ଦିନ ଶିଳ୍ପପତି ମହିମାନନ୍ଦ ମିଶ୍ର ଏବଂ ପୂର୍ବତନ କଂଗ୍ରେସ ନେତା ଅରିନ୍ଦମ ସର୍ଖେଲ ଓରଫ ବାପି ସର୍ଖେଲ କୁଜଙ୍ଗର ଅତିରିକ୍ତ ସେସନ୍ସ ଜଜ୍ କୋର୍ଟରେ ହାଜର ହୋଇଛନ୍ତି । ୨୦୧୬ ମସିହାରେ ହୋଇଥିବା ହାଇପ୍ରୋଫାଇଲ୍ ହତ୍ୟା ମାମଲାରେ ସମସ୍ତ ଅଭିଯୁକ୍ତ କୋର୍ଟରେ ହାଜର ହୋଇଥିବା ଜଣାପଡ଼ିଛି । କୋର୍ଟ ସେମାନଙ୍କ ସାକ୍ଷ୍ୟ ଗ୍ରହଣ କରିଛନ୍ତି ଏବଂ ସେମାନଙ୍କ ଜାମିନ ବଣ୍ଡ ଗ୍ରହଣ ପାଇଁ ନଭେମ୍ବର ୨୪ ଏବଂ ୨୫ ତାରିଖ ଧାର୍ଯ୍ୟ କରିଛନ୍ତି ବୋଲି ସୂଚନା ମିଳିଛି ।