ପାରାଦ୍ଵୀପ ବନ୍ଦର ଆଧୁନିକ ଓଡ଼ିଶାର ପ୍ରଗତିର ଦ୍ୱାର ମୁଖ୍ୟମନ୍ତ୍ରୀ ।
Alok Kumar Mohapatra | 05 Nov 2025 | 15 min read | 3 views
ପାରାଦ୍ୱୀପ ( ପି.ଏନ. ଏସ ) : ପାରାଦ୍ଵୀପ ବନ୍ଦରରେ ଆୟୋଜିତ ପାରମ୍ପରିକ ବୋଇତ ବନ୍ଦାଣ ଉତ୍ସବ ୨୦୨୫ ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମୂଖ୍ୟ ଅତିଥି ଭାବେ ଯୋଗଦେଇ ଓଡ଼ିଶାର ପ୍ରାଚୀନ ନୌବାଣିଜ୍ୟ ପରମ୍ପରା, ରାଜ୍ୟର ଅର୍ଥନୈତିକ ପ୍ରଗତି ଓ ବନ୍ଦର ଭିତ୍ତିକ ଉନ୍ନତି ଉପରେ ଗୁରୁତ୍ୱ ଦେଇ ଏକ ଦୃଢ ସନ୍ଦେଶ ଦେଇଥିଲେ । ନିଜ ଅଭିଭାଷଣରେ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ବୋଇତ ବନ୍ଦାଣ ଓ ବାଲିଯାତ୍ରା କେବଳ ଏକ ପର୍ବ ନୁହେଁ, ଏହା ଓଡ଼ିଶାର ଗୌରବମୟ ନୌବାଣିଜ୍ୟ ଐତିହ୍ୟ ଓ ସାଧବମାନଙ୍କ ଦୁଃସାହସିକ ମନୋବଳର ପ୍ରତୀକ। ଏହି ପରମ୍ପରା ଆଜି ବି ଓଡ଼ିଆ ଲୋକଙ୍କୁ ପ୍ରେରଣା ଦେଉଛି ଯେ, ସେମାନେ ଧୈର୍ଯ୍ୟ ଓ ସାହସ ସହିତ ନୂଆ ଶିଖର ଛୁଇଁପାରନ୍ତି । ମୁଖ୍ୟମନ୍ତ୍ରୀ ଓଡ଼ିଶାର ପ୍ରଗତିରେ ପାରାଦ୍ଵୀପ ବନ୍ଦରର ଅଗ୍ରଣୀ ଭୂମିକାକୁ ଉଲ୍ଲେଖ କରି କହିଥିଲେ ଯେ, ଏହା ଆଜି ଭାରତର ସର୍ବଶ୍ରେଷ୍ଠ ବୃହତ୍ ବନ୍ଦର ଭାବେ ପରିଚିତ ହୋଇଛି । ୨୦୧୫ ମସିହାରେ ବନ୍ଦରର କ୍ଷମତା ଥିଲା ୭୧ ନିୟୁତ ଟନ୍ ପଣ୍ୟ ଏବେ ଏହାର ଅଭିବୃଦ୍ଧି କ୍ଷମତା ୨୦୨୫ରେ ୧୫୦ ନିୟୁତ ଟନ୍ରେ ପହଞ୍ଚିଛି । ପାରାଦ୍ଵୀପ ବନ୍ଦର ଆଧୁନିକ ଓଡ଼ିଶାର ପ୍ରଗତିର ଦ୍ୱାର, ଅର୍ଥନୀତିର କୋଣାର୍କ। “ମାରି-ଟାଇମ ଇଣ୍ଡିଆ ଭିଜନ ୨୦୩୦” ଅନୁସାରେ ବାର୍ଷିକ ୩୦୦ ନିୟୁତ ଟନ୍ ଓ “ବିକଶିତ ଭାରତ ୨୦୪୭” ଯୋଜନା ଅନୁଯାୟୀ ୫୦୦ ନିୟୁତ ଟନ୍ ପର୍ଯ୍ୟନ୍ତ ପଣ୍ୟ ପରିବହନ କ୍ଷମତା ସହିତ ପାରାଦୀପ ବନ୍ଦରକୁ ଏକ ମେଗା ପୋର୍ଟ ଭାବେ ଗଢ଼ାଯିବ ବୋଲି ସେ ଘୋଷଣା କଲେ । ସେ ଏହା ମଧ୍ୟ କହିଥିଲେ ଯେ ଓଡ଼ିଶା ସରକାର ଓ ପାରାଦ୍ଵୀପ ବନ୍ଦର କର୍ତ୍ତୃପକ୍ଷ ମିଳିତ ଭାବେ ଗଞ୍ଜାମ ଜିଲ୍ଲାର ବାହୁଦାଠାରେ ୨୧,୫୦୦ କୋଟି ଟଙ୍କା ବିନିଯୋଗରେ ଏକ ବୃହତ ବନ୍ଦର ଗଢ଼ିବା ପାଇଁ ଯୋଜନା କରୁଛନ୍ତି । ସେହିପରି, ମହାନଦୀ ମୁହାଣରେ ୨୪,୭୦୦ କୋଟି ଟଙ୍କା ବିନିଯୋଗରେ ଜାହାଜ ନିର୍ମାଣ ଓ ମରାମତି କେନ୍ଦ୍ର ସ୍ଥାପନ ହେବ ଓ ପୁରୀରେ ବିଶ୍ୱସ୍ତରୀୟ କ୍ରୁଜ୍ ଟର୍ମିନାଲ୍ ଗଢ଼ାଯିବ। ଏହି ପ୍ରକଳ୍ପଗୁଡ଼ିକ ଓଡ଼ିଶାର ବାଣିଜ୍ୟ, ପର୍ଯ୍ୟଟନ ଓ ଶିଳ୍ପ ମୁଖ୍ୟ କ୍ଷେତ୍ରକୁ ନୂଆ ଦିଗ ଦେବ ବୋଲି ସେ ଆଶା ବ୍ୟକ୍ତ କଲେ । ମୁଖ୍ୟମନ୍ତ୍ରୀ ଆହୁରି କହିଥିଲେ ଯେ, ଭାରତ ସରକାରଙ୍କ “ସାଗରମାଳା, ଗତିଶକ୍ତି ଓ ନ୍ୟାସନାଲ୍ ଲଜିଷ୍ଟିକ୍ ପଲିସି” ଯୋଜନା ସହ ସମନ୍ୱୟ ରକ୍ଷା କରି ଓଡ଼ିଶାରେ ବନ୍ଦର ଭିତ୍ତିକ ଅର୍ଥନୀତି ଗଢ଼ାଯାଇଛି । ରାଜ୍ୟ ସରକାର ତଟବର୍ତ୍ତୀ ଅଞ୍ଚଳ ଗୁଡ଼ିକରେ କୋଷ୍ଟାଲ୍ ଇକୋନୋମିକ୍ ଜୋନ ସ୍ଥାପନ ପାଇଁ ଉଦ୍ୟମ କରୁଛନ୍ତି । ସେ କହିଲେ ଯେ, “ମୋଦୀଜୀଙ୍କ ଦୃଢ ନେତୃତ୍ୱରେ ଭାରତ ନୌବାଣିଜ୍ୟରେ ନୂତନ ଯୁଗକୁ ପ୍ରବେଶ କରିଛି ଓ ‘ମାରି-ଟାଇମ୍ ଅମୃତକାଲ୍ ଭିଜନ ୨୦୪୭’ ଅନୁଯାୟୀ ଦେଶର ବନ୍ଦରମାନେ ବିଶ୍ୱସ୍ତରୀୟ ହେବେ।”
ଏହି କାର୍ଯ୍ୟକ୍ରମରେ ଶିଳ୍ପ, ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା ମନ୍ତ୍ରୀ ସମ୍ପଦ ଚନ୍ଦ୍ର ସ୍ବାଇଁ କହିଥିଲେ ଯେ, ରାଜ୍ୟ ସରକାର ବନ୍ଦରକୁ କେନ୍ଦ୍ର କରି ଶିଳ୍ପ, ଆଧାରଭୂତ ସଂରଚନା, ନିଯୁକ୍ତି ସୃଷ୍ଟି ଓ ଦକ୍ଷତା ବିକାଶରେ ବିଶେଷ ଗୁରୁତ୍ୱ ଦେଉଛି । ପାରାଦ୍ଵୀପ ବନ୍ଦରର ବିକାଶ ମାତ୍ର ଓଡ଼ିଶାକୁ ନୁହେଁ, ସମଗ୍ର ଭାରତର ମାରିଟାଇମ୍ ଅର୍ଥନୀତିକୁ ଶକ୍ତିଶାଳୀ କରୁଛି । ପାରାଦ୍ଵୀପ ଆଜି କେବଳ ଏକ ବନ୍ଦର ନୁହେଁ, ଏହା ଓଡ଼ିଶାର ଅସୀମ ସମ୍ଭାବନା ଓ ନୂଆ ଭାରତ ଗଢ଼ିବାର ଶକ୍ତିର ପ୍ରତୀକ, ବୋଲି ସେ ଉଲ୍ଲେଖ କରିଥିଲେ l
ଗତ ଚାରି ବର୍ଷ ଧରି ପାରାଦ୍ଵୀପ ବନ୍ଦର ନିରନ୍ତର ଭାବେ ନୂତନ ରେକର୍ଡ ସୃଷ୍ଟି କରିଛି ଓ ପୂର୍ବ ପଚାଶ ବର୍ଷର ସଫଳତାକୁ ଅତିକ୍ରମ କରିଛି । କ୍ଷମତା ବୃଦ୍ଧି, ବ୍ୟବସାୟିକ ପଦ୍ଧତିର ଉନ୍ନତି, ଦକ୍ଷତା ବିକାଶ ଓ ସମସ୍ତଙ୍କଠାରୁ ଅଧିକ "ଟିମ୍ ପାରାଦୀପ"ର ଅକ୍ଳାନ୍ତ ଶ୍ରମ ଓ ସମର୍ପଣର ଫଳରେ, ପାରାଦ୍ଵୀପ ବନ୍ଦର ଆଜି ଦେଶର ନମ୍ବର ଏକ ବନ୍ଦର ଭାବେ ପରିଚିତ ହୋଇଛି ବୋଲି ପାରାଦ୍ଵୀପ ବନ୍ଦର ଅଧ୍ୟକ୍ଷ ପି.ଏଲ୍.ହରନାଦ ଉଲ୍ଲେଖ କରିଥିଲେ ।
ଉକ୍ତ କାର୍ଯ୍ୟକ୍ରମରେ ଅନ୍ୟ ମାନଙ୍କ ମଧ୍ୟରେ ଜଗତସିଂହପୁର ସାଂସଦ ବିଭୁ ପ୍ରସାଦ ତରାଇ, ଜଗତସିଂହପୁର ଜିଲ୍ଲାପାଳ ଜେ.ସୋନାଲ, କେନ୍ଦ୍ରାଞ୍ଚଳ ଡ଼ି.ଆଇ.ଜି ଡଃ.ସତ୍ୟଜିତ ନାଏକ ପ୍ରମୁଖ ମଞ୍ଚାସିନ ଥିବାବେଳେ, ପାରାଦ୍ଵୀପ ବନ୍ଦର ଉପାଧ୍ୟକ୍ଷ ଅଲେଖ ଚରଣ ସାହୁ ଧନ୍ୟବାଦ ଅର୍ପଣ କରିଥିଲେ । ଏହାପରେ ମୁଖ୍ୟ ଅତିଥି ତଥା ସମସ୍ତ ସମ୍ମାନିତ ଅତିଥି ଗଣ ଜାହାଜ "ତରିଣୀ " ରେ ବସି ବନ୍ଦର ପରିକ୍ରମା କରିଥିଲେ।