Latest News
ଲକ୍ ଥାନାରେ ଶିଶୁ ଅନୁକୂଳ ପୋଲିସ ଥାନା ଉଦଘାଟନ କଲେ କେନ୍ଦ୍ରାଞ୍ଚଳ ଆଇଜି ❯❯ ପାରାଦ୍ଵୀପ ଗଲ୍ଫ କ୍ଲବ ପକ୍ଷରୁ ପ୍ରେସିଡେଣ୍ଟ କପ୍ ଗଲ୍ଫ ଟୁର୍ଣ୍ଣାମେଣ୍ଟ -୨୦୨୬ ଆୟୋଜିତ । ❯❯ ଜେଏସଡବ୍ଲୁର 'ସମର୍ଥ ଯୁବ ବିକାଶ କେନ୍ଦ୍ର' ରେ ମାଆ ମାନଙ୍କୁ ସମ୍ମାନ ❯❯ ଆନ୍ତର୍ଜାତୀୟ ମହିଳା ଦିବସ ଅବସରରେ ପାରାଦୀପରେ ସପ୍ତାହବ୍ୟାପି ସାଂସ୍କୃତିକ ସମାବେଶ ❯❯ ମହିଳା କଲ୍ୟାଣ ଟ୍ରଷ୍ଟ ପକ୍ଷରୁ ପାରାଦୀପରେ ବିଶ୍ୱ ମହିଳା ଦିବସ ପାଳିତ ❯❯ ପାରାଦ୍ୱୀପ ବନ୍ଦର ସାକ୍ଷରତା ସମିତି ପକ୍ଷରୁ ଆନ୍ତର୍ଯ୍ୟାତୀୟ ମହିଳା ଦିବସ ପାଳିତ ❯❯ ପାରାଦୀପ ବନ୍ଦରାଧ୍ୟକ୍ଷ ପି.ଏଲ.ହରନାଦ ଙ୍କ ଦ୍ୱାରା 'ସାଇ ନିର୍ମଳ ଝର' ପ୍ରକଳ୍ପ ଉଦଘାଟିତ ❯❯ ଯୁବକକୁ ମଞ୍ଚକୁ ଡାକି ଚତୁର୍ଦ୍ଧାମୂର୍ତ୍ତିଙ୍କ ଫଟୋ ଚିତ୍ର ନେଲେ କେନ୍ଦ୍ର ଗୃହମନ୍ତ୍ରୀ ❯❯ ପାରାଦ୍ୱୀପରେ ଲାଗିଲା ରୁଷ ର ତୈଳ ବୋଝେଇ ଜାହାଜ ❯❯ ପାରାଦୀପ ବିଜେଡି ତରଫରୁ ବିଜୁ ଜନ୍ମଜୟନ୍ତୀ ପାଳନ, ଗୋଟିଏ ମଞ୍ଚରେ ଏକାଠି ହେଲେ ସମ୍ବିତ ଓ ବସନ୍ତ ❯❯

ସତ୍ୟସାଇ ବାବାଙ୍କ ଜନ୍ମ ଶତବାର୍ଷିକୀ ଅବସରରେ ସ୍ବେଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ

Alok Kumar Mohapatra | 10 Nov 2025 | 3 min read | 4 views

ପାରାଦ୍ୱୀପ ( ପି.ଏନ. ଏସ ) : ସତ୍ୟସାଇ ବାବାଙ୍କ ଜନ୍ମ ଶତବାର୍ଷିକୀ ମହୋତ୍ସବ ଅବସରରେ ଶ୍ରୀ ସତ୍ୟସାଇ ଭଜନ ମଣ୍ଡଳୀ, ବିଶ୍ବାଳି ପାରାଦ୍ଵୀପ ସୌଜନ୍ୟ ରୁ ରବିବାର ଦିନ ବିଶ୍ଵାଳୀ ର ରାଜୀବଗାନ୍ଧୀ ସେବା କେନ୍ଦ୍ର ଠାରେ ଏକ ସ୍ବେଚ୍ଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଜଗତସିଂହପୁର ଜିଲ୍ଲା ସତ୍ୟସାଇ ସେବା ସଂଯୋଜକ ଦାଶରଥି ପୃଷ୍ଟି,ଶ୍ରୀ ସତ୍ୟସାଇ ସେବା ସମିତି ର ବରିଷ୍ଠ ସଦସ୍ୟ ଏନ୍ ଆର୍ ମୂର୍ତ୍ତି, ଆବାହକ ପ୍ରଶାନ୍ତ ମହାରଣା, ବେଦ ସଂଯୋଜକ ପ୍ରଦୀପ ଭାଇ, ସରପଞ୍ଚ, ସମିତି ସଭ୍ୟା, ବିଭିନ୍ନ ଦଳୀୟ ପ୍ରମୁଖମାନେ ଯୋଗଦେବା ସହିତ ପ୍ରଦ୍ବୀପ ପ୍ରଜ୍ଜ୍ୱଳନ କରି ଏହି ଶିବିର ର ଶୁଭାରମ୍ଭ କରିଥିଲେ । ଏହି ଶିବିରରୁ ସର୍ବମୋଟ ୪୨ ୟୁନିଟ୍ ରକ୍ତ ସଂଗୃହିତ ହୋଇଥିଲା l