Latest News
ଲକ୍ ଥାନାରେ ଶିଶୁ ଅନୁକୂଳ ପୋଲିସ ଥାନା ଉଦଘାଟନ କଲେ କେନ୍ଦ୍ରାଞ୍ଚଳ ଆଇଜି ❯❯ ପାରାଦ୍ଵୀପ ଗଲ୍ଫ କ୍ଲବ ପକ୍ଷରୁ ପ୍ରେସିଡେଣ୍ଟ କପ୍ ଗଲ୍ଫ ଟୁର୍ଣ୍ଣାମେଣ୍ଟ -୨୦୨୬ ଆୟୋଜିତ । ❯❯ ଜେଏସଡବ୍ଲୁର 'ସମର୍ଥ ଯୁବ ବିକାଶ କେନ୍ଦ୍ର' ରେ ମାଆ ମାନଙ୍କୁ ସମ୍ମାନ ❯❯ ଆନ୍ତର୍ଜାତୀୟ ମହିଳା ଦିବସ ଅବସରରେ ପାରାଦୀପରେ ସପ୍ତାହବ୍ୟାପି ସାଂସ୍କୃତିକ ସମାବେଶ ❯❯ ମହିଳା କଲ୍ୟାଣ ଟ୍ରଷ୍ଟ ପକ୍ଷରୁ ପାରାଦୀପରେ ବିଶ୍ୱ ମହିଳା ଦିବସ ପାଳିତ ❯❯ ପାରାଦ୍ୱୀପ ବନ୍ଦର ସାକ୍ଷରତା ସମିତି ପକ୍ଷରୁ ଆନ୍ତର୍ଯ୍ୟାତୀୟ ମହିଳା ଦିବସ ପାଳିତ ❯❯ ପାରାଦୀପ ବନ୍ଦରାଧ୍ୟକ୍ଷ ପି.ଏଲ.ହରନାଦ ଙ୍କ ଦ୍ୱାରା 'ସାଇ ନିର୍ମଳ ଝର' ପ୍ରକଳ୍ପ ଉଦଘାଟିତ ❯❯ ଯୁବକକୁ ମଞ୍ଚକୁ ଡାକି ଚତୁର୍ଦ୍ଧାମୂର୍ତ୍ତିଙ୍କ ଫଟୋ ଚିତ୍ର ନେଲେ କେନ୍ଦ୍ର ଗୃହମନ୍ତ୍ରୀ ❯❯ ପାରାଦ୍ୱୀପରେ ଲାଗିଲା ରୁଷ ର ତୈଳ ବୋଝେଇ ଜାହାଜ ❯❯ ପାରାଦୀପ ବିଜେଡି ତରଫରୁ ବିଜୁ ଜନ୍ମଜୟନ୍ତୀ ପାଳନ, ଗୋଟିଏ ମଞ୍ଚରେ ଏକାଠି ହେଲେ ସମ୍ବିତ ଓ ବସନ୍ତ ❯❯

କଳିଙ୍ଗ ବାଲିଯାତ୍ରା କୁ ଉଦଯାପିତ କଲେ ମହାମହିମ ରାଜ୍ୟପାଳ, ବଲିଉଡ ସିଙ୍ଗର ଅଙ୍କିତ ଙ୍କ ସଙ୍ଗୀତରେ ଝୁମିଲେ ଦର୍ଶକ

Alok Kumar Mohapatra | 10 Nov 2025 | 8 min read | 4 views

ପାରାଦ୍ୱୀପ ( ପି.ଏନ. ଏସ ) : ଓଡ଼ିଶାର ଦ୍ଵିତୀୟ ପ୍ରସିଦ୍ଧ ୩୩ତମ କଳିଙ୍ଗ ବାଲିଯାତ୍ରା ମହୋତ୍ସବ-୨୦୨୫ ସୋମବାର ସନ୍ଧ୍ୟାରେ ଶାନ୍ତିପୂର୍ଣ୍ଣ ଭାବେ ଉଦଯାପିତ ହୋଇଯାଇଛି l ଉଦଯାପନୀ ସମାରୋହରେ ଓଡ଼ିଶାର ମହାମହିମ ରାଜ୍ୟପାଳ ଡ. ହରି ବାବୁ କମ୍ଭମପତି ମୁଖ୍ୟ ଅତିଥି ଭାବେ ଯୋଗଦେଇ ଉତ୍ସବର ମହତ୍ୱ ବୃଦ୍ଧି କରିଥିଲେ l ଅନ୍ୟମାନଙ୍କ ମଧ୍ୟରେ ରାଜ୍ୟ ଶିଳ୍ପ, ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା ବିଭାଗ ମନ୍ତ୍ରୀ ସମ୍ପଦ ଚନ୍ଦ୍ର ସ୍ୱାଇଁ ମୁଖ୍ୟବକ୍ତା ଭାବେ ଯୋଗ ଦେଇଥିବା ବେଳେ ଜଗତସିଂହପୁର ସାଂସଦ ବିଭୁ ପ୍ରସାଦ ତରାଇ, ପୋଲିସ କେନ୍ଦ୍ରାଞ୍ଚଳ ଡିଆଇଜି ସତ୍ୟଜିତ ନାୟକ, ଜିଲ୍ଲା ପୋଲିସ ଆରକ୍ଷୀ ଅଧିକ୍ଷକ ଅଙ୍କିତ କୁମାର ବର୍ମା, ଜିଲ୍ଲାପାଳ ତଥା କଳିଙ୍ଗ ବାଲିଯାତ୍ରା କମିଟିର ଅଧ୍ୟକ୍ଷ ଜେ.ସୋନାଲ ସମ୍ମାନିତ ଅତିଥି ଭାବେ ଉପସ୍ଥିତ ଥିଲେ l ଏହି ଉତ୍ସବ ନଭେମ୍ବର ୪ ତାରିଖରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଉଦଘାଟନ କରିଥିବା ବେଳେ ଉଦଯାପନୀ ଉତ୍ସବରେ ଲଗାତାର ଦ୍ଵିତୀୟ ଥର ଯୋଗଦାନ କଳିଙ୍ଗ ବାଲିଯାତ୍ରା ମହୋତ୍ସବର ଗାରିମା ବେସ ବୃଦ୍ଧି କରିଥିଲା l ସାତଦିନ ବ୍ୟାପି ଏହି ଉତ୍ସବର ପ୍ରତ୍ୟକ ସନ୍ଧ୍ୟାରେ ଆକର୍ଷଣୀୟ ସାଂସ୍କୃତିକ କାର୍ଯ୍ୟକ୍ରମ ସାଙ୍ଗକୁ ଖ୍ୟାତନାମା କଣ୍ଠଶିଳ୍ପୀ ମାନଙ୍କ ଦ୍ୱାରା ସଙ୍ଗୀତ ପରିବେଷଣ ସାଧାରଣରେ ବେଶ୍ ଆକର୍ଷଣୀୟ ହୋଇପାରିଥିଲା l ତେବେ ଅନ୍ତିମ ସନ୍ଧ୍ୟାରେ ବଲିଉଡ ଜଗତର ଖ୍ୟାତନାମା ଗାୟକ ଅଙ୍କିତ ତିୱାରୀ ଙ୍କ ସଙ୍ଗୀତ ପରିବେଷଣ ଉପସ୍ଥିତ ହଜାର ହଜାର ଦର୍ଶକଙ୍କ ମନ୍ତ୍ରମୁଗ୍ଧ କରିଥିବାର ଦେଖିବାକୁ ମିଳିଥିଲା l ଜିଲ୍ଲାପାଳ ତଥା ବାଲିଯାତ୍ରା କମିଟିର ଅଧ୍ୟକ୍ଷ ଜେ.ସୋନାଲଙ୍କ ତତ୍ୱାବଧାନରେ ଆୟୋଜିତ ଏହି ସପ୍ତାହ ବ୍ୟାପି ମହୋତ୍ସବରେ କଳିଙ୍ଗ ବାଲିଯାତ୍ରା କମିଟିର ଉପାଧ୍ୟକ୍ଷ ତଥା ଅତିରିକ୍ତ ଜିଲ୍ଲାପାଳ ନିରଞ୍ଜନ ବେହେରା, ସମ୍ପାଦକ ତଥା ପୌର ନିର୍ବାହୀ ଅଧିକାରୀ ଅଭିଷେକ ପଣ୍ଡାଙ୍କ ସମେତ ସମସ୍ତ ସଦସ୍ୟ ଓ ସଦସ୍ୟା ସକ୍ରିୟ ସହଯୋଗ କରିଥିଲେ l
ତେବେ ଚଳିତ ମହୋତ୍ସବରେ ନୌକା ପ୍ରତିଯୋଗିତା ଓ ରାଜ୍ୟ ସ୍ତରୀୟ କବି ସମ୍ମିଳନୀ ବେଶ୍ ଆକର୍ଷଣୀୟ ହୋଇଥିବା ବେଳେ ପଲ୍ଲିଶ୍ରୀ ମେଳାରେ ଭଲ ବ୍ୟବସାୟ ହୋଇଥିଲା l ପ୍ରଚାରପ୍ରସାର ଅଭାବରୁ ମହୋତ୍ସବର ପ୍ରାରମ୍ଭରେ ସେଭଳି ଜନସମାଗମ ଦେଖିବାକୁ ମିଳିନଥିବା ବେଳେ ଶେଷ ପର୍ଯ୍ୟାୟରେ ପ୍ରବଳ ଭିଡ଼ ପରିଲକ୍ଷିତ ହୋଇଥିଲା l