Latest News
ଲକ୍ ଥାନାରେ ଶିଶୁ ଅନୁକୂଳ ପୋଲିସ ଥାନା ଉଦଘାଟନ କଲେ କେନ୍ଦ୍ରାଞ୍ଚଳ ଆଇଜି ❯❯ ପାରାଦ୍ଵୀପ ଗଲ୍ଫ କ୍ଲବ ପକ୍ଷରୁ ପ୍ରେସିଡେଣ୍ଟ କପ୍ ଗଲ୍ଫ ଟୁର୍ଣ୍ଣାମେଣ୍ଟ -୨୦୨୬ ଆୟୋଜିତ । ❯❯ ଜେଏସଡବ୍ଲୁର 'ସମର୍ଥ ଯୁବ ବିକାଶ କେନ୍ଦ୍ର' ରେ ମାଆ ମାନଙ୍କୁ ସମ୍ମାନ ❯❯ ଆନ୍ତର୍ଜାତୀୟ ମହିଳା ଦିବସ ଅବସରରେ ପାରାଦୀପରେ ସପ୍ତାହବ୍ୟାପି ସାଂସ୍କୃତିକ ସମାବେଶ ❯❯ ମହିଳା କଲ୍ୟାଣ ଟ୍ରଷ୍ଟ ପକ୍ଷରୁ ପାରାଦୀପରେ ବିଶ୍ୱ ମହିଳା ଦିବସ ପାଳିତ ❯❯ ପାରାଦ୍ୱୀପ ବନ୍ଦର ସାକ୍ଷରତା ସମିତି ପକ୍ଷରୁ ଆନ୍ତର୍ଯ୍ୟାତୀୟ ମହିଳା ଦିବସ ପାଳିତ ❯❯ ପାରାଦୀପ ବନ୍ଦରାଧ୍ୟକ୍ଷ ପି.ଏଲ.ହରନାଦ ଙ୍କ ଦ୍ୱାରା 'ସାଇ ନିର୍ମଳ ଝର' ପ୍ରକଳ୍ପ ଉଦଘାଟିତ ❯❯ ଯୁବକକୁ ମଞ୍ଚକୁ ଡାକି ଚତୁର୍ଦ୍ଧାମୂର୍ତ୍ତିଙ୍କ ଫଟୋ ଚିତ୍ର ନେଲେ କେନ୍ଦ୍ର ଗୃହମନ୍ତ୍ରୀ ❯❯ ପାରାଦ୍ୱୀପରେ ଲାଗିଲା ରୁଷ ର ତୈଳ ବୋଝେଇ ଜାହାଜ ❯❯ ପାରାଦୀପ ବିଜେଡି ତରଫରୁ ବିଜୁ ଜନ୍ମଜୟନ୍ତୀ ପାଳନ, ଗୋଟିଏ ମଞ୍ଚରେ ଏକାଠି ହେଲେ ସମ୍ବିତ ଓ ବସନ୍ତ ❯❯

ଜଗତସିଂହପୁର ରେ ଆଞ୍ଚଳିକ ପରିବହନ କାର୍ଯ୍ୟାଳୟ ପକ୍ଷରୁ ଶୂନ୍ୟ ମୃତାହତ ପକ୍ଷ ସଚେତନତା ରଥ ଉଦଘାଟିତ ।

pragyansila bureau | 18 Nov 2025 | 4 min read | 9 views

ଜଗତସିଂହପୁର ( ପି.ଏନ. ଏସ ) : ଜଗତସିଂହପୁର ଆଞ୍ଚଳିକ ପରିବହନ କାର୍ଯ୍ୟାଳୟ ପକ୍ଷରୁ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖସ୍ଥ ପଡ଼ିଆ ପରିସରରେ ଶୂନ୍ୟ ମୃତାହତ ପକ୍ଷ ସଚେତନତା ରଥ ଉଦଘାଟିତ ହୋଇ ଯାଇଛି । ନଭେମ୍ବର ୧୮ ରୁ ନଭେମ୍ବର ୩୦ ପର୍ଯ୍ୟନ୍ତ ସମଗ୍ର ଜିଲ୍ଲା ବୁଲିବାକୁ ଥିବା ଏହି ସଚେତନତା ରଥକୁ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ଜ୍ୟୋତି ଶଙ୍କର ରାୟ ଏବଂ ଉପଜିଲ୍ଲାପାଳ ଶ୍ରୀ ପ୍ରଶାନ୍ତ କୁମାର ତରାଇ ପତାକା ଦେଖାଇ ଉଦଘାଟନ କରିଥିଲେ । ଆଞ୍ଚଳିକ ପରିବହନ ଅଧିକାରୀ ଶ୍ରୀ ଦିପକ କୁମାର ସେଠୀଙ୍କ ପୌରହିତ୍ୟ ରେ ଏହି ସଚେତନତା ରଥ ଉଦ୍ଘାଟନ ହୋଇଥିଲା । ଏଥିରେ କନିଷ୍ଠ ମଟର ଯାନ ନିରିକ୍ଷକ ମନୋରମା ମାଝୀ, ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ , ଅତିରିକ୍ତ ଆଞ୍ଚଳିକ ପରିବହନ ଅଧିକାରୀ ଶ୍ରୀ ପ୍ରତାପ କୁମାର ବେହେରା ଗୁରୁଗୋରେଖ ଟ୍ରାଭେଲରସ୍ ପରିଚାଳକ ସୂର୍ଯ୍ୟ ନାରାୟଣ ମହାନ୍ତି ଉପସ୍ଥିତ ଥିଲେ । ଆଞ୍ଚଳିକ ପରିବହନ କାର୍ଯ୍ୟାଳୟ ର ସମସ୍ତ କର୍ମଚାରୀ ପରିଚାଳନା କରିଥିଲେ ।