Latest News
ପାରାଦ୍ଵୀପ ଗଲ୍ଫ କ୍ଲବ ପକ୍ଷରୁ ପ୍ରେସିଡେଣ୍ଟ କପ୍ ଗଲ୍ଫ ଟୁର୍ଣ୍ଣାମେଣ୍ଟ -୨୦୨୬ ଆୟୋଜିତ । ❯❯ ଜେଏସଡବ୍ଲୁର 'ସମର୍ଥ ଯୁବ ବିକାଶ କେନ୍ଦ୍ର' ରେ ମାଆ ମାନଙ୍କୁ ସମ୍ମାନ ❯❯ ଆନ୍ତର୍ଜାତୀୟ ମହିଳା ଦିବସ ଅବସରରେ ପାରାଦୀପରେ ସପ୍ତାହବ୍ୟାପି ସାଂସ୍କୃତିକ ସମାବେଶ ❯❯ ମହିଳା କଲ୍ୟାଣ ଟ୍ରଷ୍ଟ ପକ୍ଷରୁ ପାରାଦୀପରେ ବିଶ୍ୱ ମହିଳା ଦିବସ ପାଳିତ ❯❯ ପାରାଦ୍ୱୀପ ବନ୍ଦର ସାକ୍ଷରତା ସମିତି ପକ୍ଷରୁ ଆନ୍ତର୍ଯ୍ୟାତୀୟ ମହିଳା ଦିବସ ପାଳିତ ❯❯ ପାରାଦୀପ ବନ୍ଦରାଧ୍ୟକ୍ଷ ପି.ଏଲ.ହରନାଦ ଙ୍କ ଦ୍ୱାରା 'ସାଇ ନିର୍ମଳ ଝର' ପ୍ରକଳ୍ପ ଉଦଘାଟିତ ❯❯ ଯୁବକକୁ ମଞ୍ଚକୁ ଡାକି ଚତୁର୍ଦ୍ଧାମୂର୍ତ୍ତିଙ୍କ ଫଟୋ ଚିତ୍ର ନେଲେ କେନ୍ଦ୍ର ଗୃହମନ୍ତ୍ରୀ ❯❯ ପାରାଦ୍ୱୀପରେ ଲାଗିଲା ରୁଷ ର ତୈଳ ବୋଝେଇ ଜାହାଜ ❯❯ ପାରାଦୀପ ବିଜେଡି ତରଫରୁ ବିଜୁ ଜନ୍ମଜୟନ୍ତୀ ପାଳନ, ଗୋଟିଏ ମଞ୍ଚରେ ଏକାଠି ହେଲେ ସମ୍ବିତ ଓ ବସନ୍ତ ❯❯ ମାନସିକ ଭିନ୍ନକ୍ଷମ ଯୁବକକୁ ଉଦ୍ଧାର କରି କଣାସ ସେବା ସଂସ୍ଥାନ କୁ ନେଲେ ସ୍ନେହମୟୀ ❯❯

ନାଉଗାଁ ବ୍ଳକ ଚକୁଳି ପଡା ଗ୍ରାମରେ ଭୟାବହ ଅଗ୍ନିକାଣ୍ଡ ୬ ବଖରା ଘର ସଂପୂର୍ଣ୍ଣ ଭସ୍ମୀଭୂତ ।

pragyansila bureau | 02 Dec 2025 | 4 min read | 11 views

ନାଉଗାଁ ( ପି.ଏନ. ଏସ ) : ଜଗତସିଂହପୁର ଜିଲ୍ଲା ନାଉଗାଁ ବ୍ଳକ ଅନ୍ତର୍ଗତ ଜାମୁ ଗାଁ ପଜ୍ଞାୟତର ଚକୁଳିପଡା ଗ୍ରାମରେ ଗତକାଲି ବିଳମ୍ବିତ ରାତିରେ ଭୟାବହ ଅଗ୍ନିକାଣ୍ଡ ଘଟିଥିବା ସୁଚନା । ସୂଚନା ମୁତାବକ ଗତକାଲି ବିଳମ୍ବିତ ରାତିରେ ଚକୁଳି ପଡା ଗ୍ରାମର ସଚିତ୍ରା ନନ୍ଦ ରାଉତରାୟ ଙ୍କ ଗୁହାଳ ଘର ଜଳୁଥିବାର ପଡିଶା ଘରର ଜଣେ ବ୍ୟକ୍ତି ରାତିରେ ଉଠିଥିବା ବେଳେ ଦେଖିବାକୁ ପାଇଥିଲେ।ସେ ସଙ୍ଗେ ସଙ୍ଗେ ଗ୍ରାମବାସୀ ମାନଙ୍କୁ ଡାକିବା ସହିତ ନାଉଗାଁ ଅଗ୍ନିଶମ ବିଭାଗକୁ ସୁଚନା ଦେଇଥିଲେ । ଅଗ୍ନିଶମ ବାହିନୀ ଏବଂ ଗ୍ରାମବାସୀ ଘଟଣାସ୍ଥଳରେ ପହଂଚି ନିଆଁକୁ ଆୟତ୍ତ କରିଥିଲେ ମଧ୍ୟ ସଚିତ୍ରା ନନ୍ଦ ରାଉତରାୟ, ଏବଂ ପ୍ରଦିପ୍ତ ସାମନ୍ତରାୟ ଙ୍କ ୬ ବଖରା ଘର ସମେତ ସମସ୍ତ ଆସବାବପତ୍ର ଏବଂ ଗୋଟିଏ ବାଛୁରୀ ପୋଡି ପାଉଁଶ ହୋଇଯାଇଥିଲା । ଖବରପାଇ ଆଜି ସକାଳୁ ନାଉଗାଁ ତହସିଲଦାର ଅକ୍ଷୟ କୁମାର ବଡୁ ଏବଂ ଜାମୁ ଗାଁ ଆରାଇ ଘଟଣାସ୍ଥଳରେ ପହଂଚି ପଲିଥିନ ଏବଂ କିଛି ଆର୍ଥିକ ସାହାଯ୍ୟ କରିଥିବା ଦେଖାଯାଇଛି ।
(ରିପୋର୍ଟର - ବୈଷ୍ଣବ ରାଉଳ)