ନାଉଗାଁ ବ୍ଲକ କାର୍ଯ୍ୟାଳୟ ଠାରେ ଯୁଗ୍ମଜନ ଅଭିଯୋଗ ଶୁଣାଣି ଶିବିର
pragyansila bureau | 02 Dec 2025 | 5 min read | 10 views
ନାଉଗାଁ ( ପି.ଏନ. ଏସ ) : ଜଗତସିଂହପୁର ଜିଲ୍ଲା ପ୍ରଶାସନ ପକ୍ଷରୁ ଯୁଗ୍ମଜନ ଅଭିଯୋଗ ଶୁଣାଣି ଶିବିର ନାଉଗାଁ ବ୍ଲକ କାର୍ଯ୍ୟାଳୟ ଠାରେ ଅନୁଷ୍ଠିତ ହୋଇଯାଇଛି । ଏହି ଅଭିଯୋଗ ଶୁଣାଣି ଶିବିର ରେ ଉପସ୍ଥିତ ରହି ଜିଲ୍ଲାପାଳ ଶ୍ରୀ ଜେ ସୋନାଲ ଜନସାଧାରଣଙ୍କ ବିଭିନ୍ନ ଆପତ୍ତି ଅଭିଯୋଗ ର ଶୁଣାଣି କରିଥିଲେ । ଆଜି ମୋଟ ୬୫ଟି ଅଭିଯୋଗ ପଞ୍ଜୀକୃତ ହୋଇଥିଲା । ସେଥିମଧ୍ୟରୁ ବ୍ୟକ୍ତିଗତ ସମସ୍ୟା ସମ୍ପର୍କୀୟ ୫୫ ଗୋଟି, ଗୋଷ୍ଠୀଗତ ସମସ୍ୟା ସମ୍ପର୍କୀୟ /ଗ୍ରାମ୍ୟ ସମସ୍ୟା ସମ୍ପର୍କୀୟ ୧୦ ଟି, ବ୍ୟକ୍ତିଗତ ଅଭିଯୋଗ ମଧ୍ୟରୁ ଆବାସ ଯୋଜନା ସମ୍ପର୍କୀୟ ୧୨ ଟି ,ଜମିଜମା ସମସ୍ୟା ସମ୍ପର୍କୀୟ ୧୩ ଟି, ଭତ୍ତା ପାଇବା ପାଇଁ ୨ ଟି, ପୋଲିସ୍ ସହାୟତା ପାଇଁ ୩ ଟି ଏବଂ ଅନ୍ୟାନ୍ୟ ୧୮ ଟି ଅଭିଯୋଗର ଶୁଣାଣି କରାଯାଇଥିଲା । ୭ ଟି ଅଭିଯୋଗର ତତ୍କାଳ ଫଇସଲା କରାଯାଇଥିଲା । ଏହି ମିଳିତ ଜନ ଅଭିଯୋଗ ଶୁଣାଣି ଶିବିର ରେ ଆରକ୍ଷୀ ଅଧିକ୍ଷକ ଶ୍ରୀ ଅଙ୍କିତ କୁମାର ବର୍ମା, ଜିଲ୍ଲା ପରିଷଦ ର ମୁଖ୍ୟ ବିକାଶ ତଥା ନିର୍ବାହୀ ଅଧିକାରୀ ଶ୍ରୀ ରବିନାରାୟଣ ଜେଠୀ, ଉପ ଜିଲ୍ଲାପାଳ ଶ୍ରୀ ପ୍ରଶାନ୍ତ କୁମାର ତରାଇ, ତହସିଲଦାର ନାଉଗାଁ ଶ୍ରୀ ଅକ୍ଷୟ କୁମାର ବଡୁ, ଜିଲ୍ଲା ସ୍ତରୀୟ ଅଧିକାରୀ, କ୍ଷେତ୍ରୀୟ ଅଧିକାରୀ, ପ୍ରମୁଖ ଉପସ୍ଥିତ ରହି ଜନସାଧାରଣଙ୍କର ଆପତ୍ତି ଅଭିଯୋଗ ର ଶୁଣାଣି କରିଥିଲେ ।
(ରିପୋର୍ଟର - ବୈଷ୍ଣବ ରାଉଳ )
(ରିପୋର୍ଟର - ବୈଷ୍ଣବ ରାଉଳ )
