Latest News
ପାରାଦ୍ଵୀପ ଗଲ୍ଫ କ୍ଲବ ପକ୍ଷରୁ ପ୍ରେସିଡେଣ୍ଟ କପ୍ ଗଲ୍ଫ ଟୁର୍ଣ୍ଣାମେଣ୍ଟ -୨୦୨୬ ଆୟୋଜିତ । ❯❯ ଜେଏସଡବ୍ଲୁର 'ସମର୍ଥ ଯୁବ ବିକାଶ କେନ୍ଦ୍ର' ରେ ମାଆ ମାନଙ୍କୁ ସମ୍ମାନ ❯❯ ଆନ୍ତର୍ଜାତୀୟ ମହିଳା ଦିବସ ଅବସରରେ ପାରାଦୀପରେ ସପ୍ତାହବ୍ୟାପି ସାଂସ୍କୃତିକ ସମାବେଶ ❯❯ ମହିଳା କଲ୍ୟାଣ ଟ୍ରଷ୍ଟ ପକ୍ଷରୁ ପାରାଦୀପରେ ବିଶ୍ୱ ମହିଳା ଦିବସ ପାଳିତ ❯❯ ପାରାଦ୍ୱୀପ ବନ୍ଦର ସାକ୍ଷରତା ସମିତି ପକ୍ଷରୁ ଆନ୍ତର୍ଯ୍ୟାତୀୟ ମହିଳା ଦିବସ ପାଳିତ ❯❯ ପାରାଦୀପ ବନ୍ଦରାଧ୍ୟକ୍ଷ ପି.ଏଲ.ହରନାଦ ଙ୍କ ଦ୍ୱାରା 'ସାଇ ନିର୍ମଳ ଝର' ପ୍ରକଳ୍ପ ଉଦଘାଟିତ ❯❯ ଯୁବକକୁ ମଞ୍ଚକୁ ଡାକି ଚତୁର୍ଦ୍ଧାମୂର୍ତ୍ତିଙ୍କ ଫଟୋ ଚିତ୍ର ନେଲେ କେନ୍ଦ୍ର ଗୃହମନ୍ତ୍ରୀ ❯❯ ପାରାଦ୍ୱୀପରେ ଲାଗିଲା ରୁଷ ର ତୈଳ ବୋଝେଇ ଜାହାଜ ❯❯ ପାରାଦୀପ ବିଜେଡି ତରଫରୁ ବିଜୁ ଜନ୍ମଜୟନ୍ତୀ ପାଳନ, ଗୋଟିଏ ମଞ୍ଚରେ ଏକାଠି ହେଲେ ସମ୍ବିତ ଓ ବସନ୍ତ ❯❯ ମାନସିକ ଭିନ୍ନକ୍ଷମ ଯୁବକକୁ ଉଦ୍ଧାର କରି କଣାସ ସେବା ସଂସ୍ଥାନ କୁ ନେଲେ ସ୍ନେହମୟୀ ❯❯

ସମ୍ବିଧାନ ପ୍ରଣେତା ଭୀମ ରାଓ ଆମ୍ବେଦକର ଙ୍କ ଶ୍ରାଦ୍ଧ ଦିବସ ପାଳିତ ।

pragyansila bureau | 06 Dec 2025 | 6 min read | 12 views

ଜଗତସିଂହପୁର ( ପି.ଏନ. ଏସ ) : ଆଜି ଜଗତସିଂହପୁର ଜିଲ୍ଲା ପ୍ରଶାସନ ଓ ପୌର ପରିଷଦ ପକ୍ଷରୁ ସମ୍ବିଧାନ ପ୍ରଣେତା ଭୀମ ରାଓ ଆମ୍ବେଦକର ଙ୍କ ଶ୍ରାଦ୍ଧ ଦିବସ ପାଳିତ ହୋଇଯାଇଛି । ଏହି ଅବସରରେ ଜିଲ୍ଲାପାଳ ଙ୍କ କାର୍ଯ୍ୟାଳୟ ସମ୍ମୁଖ ରେ ଥିବା ତାଙ୍କ ପ୍ରତିମୂର୍ତ୍ତି ରେ ଜିଲ୍ଲାପାଳ ଶ୍ରୀ ଜେ ସୋନାଲ ପୁଷ୍ପମାଲ୍ୟ ପ୍ରଦାନ କରି ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ ।

ଭୀମରାଓ ରାମଜୀ ଆମ୍ବେଦକର ୧୪ ଏପ୍ରିଲ ୧୮୯୧ ରେ ଜନ୍ମଗ୍ରହଣ କରିଥିଲେ ଏବଂ ୬ ଡିସେମ୍ବର ୧୯୫୬ ଇହଲୀଳା ସମ୍ବରଣ କରିଥିଲେ । ସେ ଏକାଧାରରେ ଜଣେ ଭାରତୀୟ ଆଇନଜୀବୀ, ଅର୍ଥନୀତିଜ୍ଞ, ସମାଜ ସଂସ୍କାରକ ଏବଂ ରାଜନୈତିକ ନେତା ଥିଲେ ଯିଏ ସମ୍ବିଧାନ ସଭା ବିତର୍କରୁ ଭାରତର ସମ୍ବିଧାନ ପ୍ରସ୍ତୁତ କରୁଥିବା କମିଟିର ନେତୃତ୍ୱ ନେଇଥିଲେ । ଜବାହରଲାଲ ନେହେରୁଙ୍କ ପ୍ରଥମ କ୍ୟାବିନେଟରେ ଆଇନ ଏବଂ ନ୍ୟାୟ ମନ୍ତ୍ରୀ ଭାବରେ କାର୍ଯ୍ୟ କରିଥିଲେ । ଆଜି ତାଙ୍କର ପବିତ୍ର ତିରୋଧାନ ତିଥି ରେ ପୌରପରିଷଦ ଅଧ୍ୟକ୍ଷା ଶ୍ରୀମତୀ ଅର୍ଚ୍ଚନା ସିଂହ, ଉପାଧ୍ୟକ୍ଷ ଶ୍ରୀ ରାଜେନ୍ଦ୍ର କୁମାର ବିଶୋଇ, ପୌର ପରିଷଦ ନିର୍ବାହୀ ଅଧିକାରୀ ଶ୍ରୀମତୀ ସୀମା ଜେନା, ଜିଲ୍ଲା ସୂଚନା ଓ ଲୋକସଂପର୍କ ଅଧିକାରୀ ଶ୍ରୀମତୀ ପ୍ରତିଚୀ ତନୟା ମହାନ୍ତି , ପୌର ପରିଷଦ କର୍ମକର୍ତ୍ତା ଶ୍ରୀଯୁକ୍ତ ଦୀପକ ପଟ୍ଟନାୟକ ପ୍ରମୁଖ ଉପସ୍ଥିତ ରହି ସେହି ମହାନ ଆତ୍ମା ଙ୍କ ପ୍ରତିମୂର୍ତ୍ତି ରେ ପୁଷ୍ପମାଲ୍ୟ ଅର୍ପଣ କରି ଶ୍ରଦ୍ଧାଞ୍ଜଳୀ ଜ୍ଞାପନ କରିଥିଲେ ।