Latest News
ଜେଏସଡବ୍ଲୁର 'ସମର୍ଥ ଯୁବ ବିକାଶ କେନ୍ଦ୍ର' ରେ ମାଆ ମାନଙ୍କୁ ସମ୍ମାନ ❯❯ ଆନ୍ତର୍ଜାତୀୟ ମହିଳା ଦିବସ ଅବସରରେ ପାରାଦୀପରେ ସପ୍ତାହବ୍ୟାପି ସାଂସ୍କୃତିକ ସମାବେଶ ❯❯ ମହିଳା କଲ୍ୟାଣ ଟ୍ରଷ୍ଟ ପକ୍ଷରୁ ପାରାଦୀପରେ ବିଶ୍ୱ ମହିଳା ଦିବସ ପାଳିତ ❯❯ ପାରାଦ୍ୱୀପ ବନ୍ଦର ସାକ୍ଷରତା ସମିତି ପକ୍ଷରୁ ଆନ୍ତର୍ଯ୍ୟାତୀୟ ମହିଳା ଦିବସ ପାଳିତ ❯❯ ପାରାଦୀପ ବନ୍ଦରାଧ୍ୟକ୍ଷ ପି.ଏଲ.ହରନାଦ ଙ୍କ ଦ୍ୱାରା 'ସାଇ ନିର୍ମଳ ଝର' ପ୍ରକଳ୍ପ ଉଦଘାଟିତ ❯❯ ଯୁବକକୁ ମଞ୍ଚକୁ ଡାକି ଚତୁର୍ଦ୍ଧାମୂର୍ତ୍ତିଙ୍କ ଫଟୋ ଚିତ୍ର ନେଲେ କେନ୍ଦ୍ର ଗୃହମନ୍ତ୍ରୀ ❯❯ ପାରାଦ୍ୱୀପରେ ଲାଗିଲା ରୁଷ ର ତୈଳ ବୋଝେଇ ଜାହାଜ ❯❯ ପାରାଦୀପ ବିଜେଡି ତରଫରୁ ବିଜୁ ଜନ୍ମଜୟନ୍ତୀ ପାଳନ, ଗୋଟିଏ ମଞ୍ଚରେ ଏକାଠି ହେଲେ ସମ୍ବିତ ଓ ବସନ୍ତ ❯❯ ମାନସିକ ଭିନ୍ନକ୍ଷମ ଯୁବକକୁ ଉଦ୍ଧାର କରି କଣାସ ସେବା ସଂସ୍ଥାନ କୁ ନେଲେ ସ୍ନେହମୟୀ ❯❯ ପାରାଦୀପ ବନ୍ଦର ପକ୍ଷରୁ ଆନ୍ତର୍ଜାତୀୟ ସୁରକ୍ଷା ସପ୍ତାହ ପାଳିତ ❯❯

ପାରାଦ୍ଵୀପ ବେଥାନୀ କନଭେଣ୍ଟ ସ୍କୁଲର ୧୫ତମ ବାର୍ଷିକ କ୍ରୀଡା ପ୍ରତିଯୋଗିତା ଇମ୍ପେଟସ୍ ଉଦଘାଟିତ ।

Alok Kumar Mohapatra | 18 Dec 2025 | 6 min read | 8 views

ପାରାଦ୍ୱୀପ ( ପି.ଏନ. ଏସ ) : ପାରାଦ୍ଵୀପ ର ଅଗ୍ରଣୀ ଶିକ୍ଷାନୁଷ୍ଠାନ ବେଥାନି କନ୍‌ଭେଣ୍ଟ ସ୍କୁଲର ୧୫ତମ ବାର୍ଷିକ କ୍ରୀଡା ପ୍ରତିଯୋଗିତା ଇମ୍ପେଟସ୍ ଗୁରୁବାର ଦିନ ଉଦଘାଟିତ ହୋଇଯାଇଛି l ଏହି ଉଦଘାଟନି ଉତ୍ସବରେ ପାରାଦ୍ଵୀପ ପୌରପାଳିକା ଅଧ୍ୟକ୍ଷ ବସନ୍ତ ବିଶ୍ୱାଳ ମୁଖ୍ୟ ଅତିଥି ଏବଂ ପାରାଦ୍ଵୀପ ବନ୍ଦର ପ୍ରାଧିକରଣ ର ମୂଖ୍ୟ ଅର୍ଥ ପରାମର୍ଶଦାତା ଅଶୋକ କୁମାର ସାହୁ ସମ୍ମାନୀତ ଅତିଥି ଭାବେ ଯୋଗଦେଇ ୧୫ତମ ବାର୍ଷିକ କ୍ରୀଡା ପ୍ରତିଯୋଗିତାର ଉଦଘାଟନ କରିଥିଲେ । ଏହି ଅବସରରେ ମୂଖ୍ୟ ଅତିଥି ଶ୍ରୀ ବିଶ୍ଵାଳ ବିଦ୍ୟାଳୟର ଏଭଳି କାର୍ଯ୍ୟକ୍ରମ ଦ୍ୱାରା କ୍ରୀଡା କ୍ଷେତ୍ରରେ ଅନେକ ଲୁକ୍କାୟିତ କ୍ରୀଡା ପ୍ରତିଭା ଆଗାମି ଦିନରେ ଜିଲ୍ଲା ତଥା ରାଜ୍ୟ ସ୍ତରରେ ଅଂଶଗ୍ରହଣ କରି ପାରାଦ୍ଵୀପ ପାଇଁ ସୁନାମ ଆଣିବେ ବୋଲି ତାଙ୍କ ବକ୍ତବ୍ୟରେ କହିଥିଲେ । ଏହି କ୍ରୀଡା ପ୍ରତିଯୋଗିତା ଦୁଇଦିନ ଧରି ଚାଲିବ ଏବଂ ପ୍ରାୟ ଆଠଶହରୁ ଉର୍ଦ୍ଧ୍ଵ ଛାତ୍ରଛାତ୍ରୀ ଏହି କ୍ରୀଡା ପ୍ରତିଯୋଗିତାରେ ଅଂଶଗ୍ରହଣ କରିଛନ୍ତି l ବିଦ୍ୟାଳୟର ଅଧ୍ୟକ୍ଷ ଫାଦର ସୁନିଲ ଲାକ୍ରା ଓ ମ୍ୟାନେଜର ଫାଦର ନିହାର ରଞ୍ଜନ ପରିଛା ଙ୍କ ପ୍ରତ୍ୟକ୍ଷ ତତ୍ବାବଧାନରେ ଏହି ବାର୍ଷିକ କ୍ରୀଡା ପ୍ରତିଯୋଗିତା ଆୟୋଜିତ ହୋଇଛି । ଆସନ୍ତାକାଲି ଏହି ବାର୍ଷିକ କ୍ରୀଡା ପ୍ରତିଯୋଗିତାର ଉଦଯାପନି ଉତ୍ସବ ଅନୁଷ୍ଠିତ ହେବ। ଏହି କ୍ରୀଡା ପ୍ରତିଯୋଗିତା କୁ ବିଦ୍ୟାଳୟର କ୍ରୀଡା ଶିକ୍ଷକ ସତ୍ୟବ୍ରତ ସ୍ୱାଇଁ ପରିଚାଳନା କରିଥିବା ବେଳେ ସମସ୍ତ ଶିକ୍ଷକ ଶିକ୍ଷୟତ୍ରୀ ଏଥିରେ ସକ୍ରିୟ ସହଯୋଗ କରିଥିଲେ l