Latest News
ଜେଏସଡବ୍ଲୁର 'ସମର୍ଥ ଯୁବ ବିକାଶ କେନ୍ଦ୍ର' ରେ ମାଆ ମାନଙ୍କୁ ସମ୍ମାନ ❯❯ ଆନ୍ତର୍ଜାତୀୟ ମହିଳା ଦିବସ ଅବସରରେ ପାରାଦୀପରେ ସପ୍ତାହବ୍ୟାପି ସାଂସ୍କୃତିକ ସମାବେଶ ❯❯ ମହିଳା କଲ୍ୟାଣ ଟ୍ରଷ୍ଟ ପକ୍ଷରୁ ପାରାଦୀପରେ ବିଶ୍ୱ ମହିଳା ଦିବସ ପାଳିତ ❯❯ ପାରାଦ୍ୱୀପ ବନ୍ଦର ସାକ୍ଷରତା ସମିତି ପକ୍ଷରୁ ଆନ୍ତର୍ଯ୍ୟାତୀୟ ମହିଳା ଦିବସ ପାଳିତ ❯❯ ପାରାଦୀପ ବନ୍ଦରାଧ୍ୟକ୍ଷ ପି.ଏଲ.ହରନାଦ ଙ୍କ ଦ୍ୱାରା 'ସାଇ ନିର୍ମଳ ଝର' ପ୍ରକଳ୍ପ ଉଦଘାଟିତ ❯❯ ଯୁବକକୁ ମଞ୍ଚକୁ ଡାକି ଚତୁର୍ଦ୍ଧାମୂର୍ତ୍ତିଙ୍କ ଫଟୋ ଚିତ୍ର ନେଲେ କେନ୍ଦ୍ର ଗୃହମନ୍ତ୍ରୀ ❯❯ ପାରାଦ୍ୱୀପରେ ଲାଗିଲା ରୁଷ ର ତୈଳ ବୋଝେଇ ଜାହାଜ ❯❯ ପାରାଦୀପ ବିଜେଡି ତରଫରୁ ବିଜୁ ଜନ୍ମଜୟନ୍ତୀ ପାଳନ, ଗୋଟିଏ ମଞ୍ଚରେ ଏକାଠି ହେଲେ ସମ୍ବିତ ଓ ବସନ୍ତ ❯❯ ମାନସିକ ଭିନ୍ନକ୍ଷମ ଯୁବକକୁ ଉଦ୍ଧାର କରି କଣାସ ସେବା ସଂସ୍ଥାନ କୁ ନେଲେ ସ୍ନେହମୟୀ ❯❯ ପାରାଦୀପ ବନ୍ଦର ପକ୍ଷରୁ ଆନ୍ତର୍ଜାତୀୟ ସୁରକ୍ଷା ସପ୍ତାହ ପାଳିତ ❯❯

ହାଇୱା ଧକ୍କାରେ ଜଣେ ବାଇକ ଆରୋହୀ ମୃତ ଜଣେ ଗୁରୁତର ।

pragyansila bureau | 21 Dec 2025 | 4 min read | 12 views

କୁଜଙ୍ଗ ( ପି.ଏନ. ଏସ ) : କଟକ ପାରାଦ୍ଵୀପ ରାସ୍ତା କୁଜଙ୍ଗ ବଜାର ନିକଟରେ ଘଟିଛି ମର୍ମନ୍ତୁଦ ସଡକ ଦୁର୍ଘଟଣା। ହାଇଓ୍ବା ଧକ୍କାରେ ଜଣେ ବାଇକ୍ ଆରୋହୀ ମୃତ୍ୟୁ ବରଣ କରିଥିବା ବେଳେ ଜଣେ ଗୁରୁତର ହୋଇଛନ୍ତି। ଗୁରୁତରକୁ ପ୍ରଥମେ କୁଜଙ୍ଗ ଗୋଷ୍ଟୀ ସ୍ବାସ୍ଥ୍ୟ କେନ୍ଦ୍ର ଓ ପରେ କଟକକୁ ସ୍ଥାନାନ୍ତର କରାଯାଇଛି । ଗତକାଲି ରାତିରେ ବାଗୋଇ ଗ୍ରାମର ସଂଗ୍ରାମ ସ୍ୱାଇଁ ଓ ମାନସ ପ୍ରଧାନ ବାଇକ୍ ଯୋଗେ ଘରକୁ ଫେରୁଥିବା ବେଳେ କୁଜଙ୍ଗ ବଜାର ନିକଟରେ ଏକ ବାଲି ବୋଝେଇ ହାଇଓ୍ବା ଗାଡି ଦୁଇ ଜଣଙ୍କୁ ଧକ୍କା ଦେଇଥିଲା । ତେବେ ଘଟଣା ସ୍ଥଳରେ ସଂଗ୍ରାମ ସ୍ୱାଇଁ ମୃତ୍ୟୁ ବରଣ କରିଥିବା ବେଳେ ମାନସ ପ୍ରଧାନ ଗୁରୁତର ହୋଇଥିଲେ । ଗୁରୁତରକୁ ସ୍ଥାନୀୟ ଲୋକେ ପ୍ରଥମେ କୁଜଙ୍ଗ ଗୋଷ୍ଟି ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇଥିଲେ , ତାଙ୍କ ଅବସ୍ଥା ସଙ୍କଟାପନ୍ନ ଥିବାରୁ ତାଙ୍କୁ କଟକ ସ୍ଥାନାନ୍ତର କରାଯାଇଛି ।