Latest News
ଜେଏସଡବ୍ଲୁର 'ସମର୍ଥ ଯୁବ ବିକାଶ କେନ୍ଦ୍ର' ରେ ମାଆ ମାନଙ୍କୁ ସମ୍ମାନ ❯❯ ଆନ୍ତର୍ଜାତୀୟ ମହିଳା ଦିବସ ଅବସରରେ ପାରାଦୀପରେ ସପ୍ତାହବ୍ୟାପି ସାଂସ୍କୃତିକ ସମାବେଶ ❯❯ ମହିଳା କଲ୍ୟାଣ ଟ୍ରଷ୍ଟ ପକ୍ଷରୁ ପାରାଦୀପରେ ବିଶ୍ୱ ମହିଳା ଦିବସ ପାଳିତ ❯❯ ପାରାଦ୍ୱୀପ ବନ୍ଦର ସାକ୍ଷରତା ସମିତି ପକ୍ଷରୁ ଆନ୍ତର୍ଯ୍ୟାତୀୟ ମହିଳା ଦିବସ ପାଳିତ ❯❯ ପାରାଦୀପ ବନ୍ଦରାଧ୍ୟକ୍ଷ ପି.ଏଲ.ହରନାଦ ଙ୍କ ଦ୍ୱାରା 'ସାଇ ନିର୍ମଳ ଝର' ପ୍ରକଳ୍ପ ଉଦଘାଟିତ ❯❯ ଯୁବକକୁ ମଞ୍ଚକୁ ଡାକି ଚତୁର୍ଦ୍ଧାମୂର୍ତ୍ତିଙ୍କ ଫଟୋ ଚିତ୍ର ନେଲେ କେନ୍ଦ୍ର ଗୃହମନ୍ତ୍ରୀ ❯❯ ପାରାଦ୍ୱୀପରେ ଲାଗିଲା ରୁଷ ର ତୈଳ ବୋଝେଇ ଜାହାଜ ❯❯ ପାରାଦୀପ ବିଜେଡି ତରଫରୁ ବିଜୁ ଜନ୍ମଜୟନ୍ତୀ ପାଳନ, ଗୋଟିଏ ମଞ୍ଚରେ ଏକାଠି ହେଲେ ସମ୍ବିତ ଓ ବସନ୍ତ ❯❯ ମାନସିକ ଭିନ୍ନକ୍ଷମ ଯୁବକକୁ ଉଦ୍ଧାର କରି କଣାସ ସେବା ସଂସ୍ଥାନ କୁ ନେଲେ ସ୍ନେହମୟୀ ❯❯ ପାରାଦୀପ ବନ୍ଦର ପକ୍ଷରୁ ଆନ୍ତର୍ଜାତୀୟ ସୁରକ୍ଷା ସପ୍ତାହ ପାଳିତ ❯❯

ଉତ୍କଳ ଭାରତୀ କଳା ବିକାଶ କେନ୍ଦ୍ର ର ସପ୍ତମ ବାର୍ଷିକ ଉତ୍ସବ ରେ ଯୋଗଦେଲେ ସିନେ ଷ୍ଟାର

pragyansila bureau | 18 Jun 2025 | 6 min read | 8 views

ନାଉଗାଁ ( ପି.ଏନ. ଏସ ) : ଜଗତସିଂହପୁର ଜିଲ୍ଲା ନାଉଗାଁ ବ୍ଳକ ଅନ୍ତର୍ଗତ ତିହୁଡା ସ୍ଥିତ ମା ଜାଗୁଳାଇଙ୍କ ପରିସରରେ ଉତ୍କଳ ଭାରତୀ କଳା ବିକାଶ କେନ୍ଦ୍ରର ସପ୍ତମ ବାର୍ଷିକ ଉତ୍ସବ ସମାଜ ସେବୀ ନିରଜ୍ଞନ ମହାନ୍ତି ଙ୍କ ସଭାପତିତ୍ବରେ ଅନୁଷ୍ଠିତ ହୋଇଯାଇଛି।ଏଥିରେ ମୁଖ୍ୟ ଅତିଥି ଭାବେ ଜଗତସିଂହପୁର ସାଂସଦ ଡଃ ବିଭୁପ୍ରସାଦ ତରାଇ, ବିଶିଷ୍ଟ ଅତିଥି ଭାବେ ଲୋକପ୍ରିୟ ସିନେ ଷ୍ଟାର ତଥା ଦିଗପହଣ୍ଡି ବିଧାୟକ ଶ୍ରୀଯୁକ୍ତ ସିଦ୍ଧାନ୍ତ ମହାପାତ୍ର, ଏବଂ ବରିଷ୍ଠ ସିନେ କଳାକାର ନମ୍ରତା ଦାସ, ମୁଖ୍ୟ ବକ୍ତା ଭାବେ ଜଗତସିଂହପୁର ଜିଲ୍ଲା ବିଜେପି ସଭାପତି ଶ୍ରୀଯୁକ୍ତ ପ୍ରତାପ କୁମାର ମିଶ୍ର, ସମ୍ନାନିୟ ଅତିଥି ଭାବେ ଜଗତସିଂହପୁର ଜିଲ୍ଲା ପରିଷଦ ଅଧ୍ୟକ୍ଷ ଶ୍ରୀଯୁକ୍ତ ମନୋଜ କୁମାର ଭୋଇ, ଜିଲ୍ଲା ପରିଷଦ ସଭ୍ୟା ଶ୍ରୀମତୀ ମମତା ପରିଡା, ସମାଜ ସେବୀ ଶ୍ରୀଯୁକ୍ତ ଦୀପକ ବିଶ୍ବାଳ, ପୂର୍ବତନ ବିଧାୟକ ଶ୍ରୀଯୁକ୍ତ ଜ୍ୟୋତିଷ ଚନ୍ଦ୍ର ଦାସ ଯୋଗଦେଇ କଳା ଓ ସଂସ୍କୃତିକୁ ଉଜ୍ଜୀବିତ ରଖିଲେ ସମାଜ ବିକଶିତ ହେବ ବୋଲି ମତବ୍ୟକ୍ତ କରିଥିଲେ।ଏହି କାର୍ଯ୍ୟକ୍ରମରେ ଅନୁଷ୍ଠାନର ଗୁରୁ ରାମଚନ୍ଦ୍ର ମୁଦୁଲି, ଗୁରୁ ସରୋଜ କୁମାର ମହାନ୍ତି ଓ ଗୁରୁ କେଶବ ଚନ୍ଦ୍ର ଜେନାଙ୍କୁ ଅତିଥି ମାନଙ୍କ ଦ୍ଵାରା ସମ୍ବର୍ଦ୍ଧିତ କରାଯାଇଥିଲା ଶେଷରେ ଅନୁଷ୍ଠାନର ସଭାପତି ହିମାଂଶୁ କୁମାର ମହାନ୍ତି ଧନ୍ୟବାଦ ଅର୍ପଣ କରିଥିଲେ। ଅନୁଷ୍ଠାନର କର୍ମକର୍ତ୍ତା ବୁଲାକି ସେଠୀ, ବବିତା ସାମନ୍ତରାୟ, ଅକ୍ଷୟ କୁମାର ରାଉତ, ପ୍ରିୟଦର୍ଶିନୀ ପରିଡା ପ୍ରମୁଖ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ।