Latest News
ଜେଏସଡବ୍ଲୁର 'ସମର୍ଥ ଯୁବ ବିକାଶ କେନ୍ଦ୍ର' ରେ ମାଆ ମାନଙ୍କୁ ସମ୍ମାନ ❯❯ ଆନ୍ତର୍ଜାତୀୟ ମହିଳା ଦିବସ ଅବସରରେ ପାରାଦୀପରେ ସପ୍ତାହବ୍ୟାପି ସାଂସ୍କୃତିକ ସମାବେଶ ❯❯ ମହିଳା କଲ୍ୟାଣ ଟ୍ରଷ୍ଟ ପକ୍ଷରୁ ପାରାଦୀପରେ ବିଶ୍ୱ ମହିଳା ଦିବସ ପାଳିତ ❯❯ ପାରାଦ୍ୱୀପ ବନ୍ଦର ସାକ୍ଷରତା ସମିତି ପକ୍ଷରୁ ଆନ୍ତର୍ଯ୍ୟାତୀୟ ମହିଳା ଦିବସ ପାଳିତ ❯❯ ପାରାଦୀପ ବନ୍ଦରାଧ୍ୟକ୍ଷ ପି.ଏଲ.ହରନାଦ ଙ୍କ ଦ୍ୱାରା 'ସାଇ ନିର୍ମଳ ଝର' ପ୍ରକଳ୍ପ ଉଦଘାଟିତ ❯❯ ଯୁବକକୁ ମଞ୍ଚକୁ ଡାକି ଚତୁର୍ଦ୍ଧାମୂର୍ତ୍ତିଙ୍କ ଫଟୋ ଚିତ୍ର ନେଲେ କେନ୍ଦ୍ର ଗୃହମନ୍ତ୍ରୀ ❯❯ ପାରାଦ୍ୱୀପରେ ଲାଗିଲା ରୁଷ ର ତୈଳ ବୋଝେଇ ଜାହାଜ ❯❯ ପାରାଦୀପ ବିଜେଡି ତରଫରୁ ବିଜୁ ଜନ୍ମଜୟନ୍ତୀ ପାଳନ, ଗୋଟିଏ ମଞ୍ଚରେ ଏକାଠି ହେଲେ ସମ୍ବିତ ଓ ବସନ୍ତ ❯❯ ମାନସିକ ଭିନ୍ନକ୍ଷମ ଯୁବକକୁ ଉଦ୍ଧାର କରି କଣାସ ସେବା ସଂସ୍ଥାନ କୁ ନେଲେ ସ୍ନେହମୟୀ ❯❯ ପାରାଦୀପ ବନ୍ଦର ପକ୍ଷରୁ ଆନ୍ତର୍ଜାତୀୟ ସୁରକ୍ଷା ସପ୍ତାହ ପାଳିତ ❯❯

ମା' ତାରିଣୀ ହେଲପିଙ୍ଗ ହ୍ୟାଣ୍ଡସ ତରଫରୁ ଦୁଇ ଜଣ ଅସହାୟ ବ୍ୟକ୍ତିଙ୍କୁ ଆର୍ଥିକ ସହାୟତା ପ୍ରଦାନ ।

pragyansila bureau | 29 Dec 2025 | 6 min read | 7 views

ଏରସମା ( ପି.ଏନ. ଏସ ) : ଜଗତସିଂହପୁର ଜିଲ୍ଲା ଏରସମା ବ୍ଲକ ଅନ୍ତର୍ଗତ ଢ଼ିଙ୍କିଆ ଗ୍ରାମର ପାରାଲିଶିସ୍ ରୋଗରେ ପୀଡ଼ିତ ମନୋରଞ୍ଜନ ନାୟକ, ବାଲିତୁଠ ଗ୍ରାମପଞ୍ଚାୟତ ଅନ୍ତର୍ଗତ ଦାମକା ଗ୍ରାମର କର୍କଟ ପୀଡ଼ିତ ଜନ୍ମଜୟ ବେହେରାଙ୍କୁ ସହାୟତାର ହାତ ବଢ଼ାଇଛନ୍ତି ଓଡ଼ିଶାର ପ୍ରମୁଖ ଦାତବ୍ୟ ଟ୍ରଷ୍ଟ ମା' ତାରିଣୀ ହେଲପିଙ୍ଗ ହ୍ୟାଣ୍ଡସ । ସୂଚନା ଯୋଗ୍ୟ କି, ଦୁଇ ଜଣ ଅତ୍ୟନ୍ତ ଗରିବ ଶ୍ରେଣୀର ବ୍ୟକ୍ତି । ଗତ କିଛି ମାସ ହେବ ସେମାନେ ଦୂରାରୋଗରେ ପୀଡିତ ହୋଇ ବର୍ତ୍ତମାନ ଜୀବନ ମୃତ୍ୟୁ ସହ ସଂଗ୍ରାମ କରୁଛନ୍ତି ।ଦୁଇ ଓଳି ଦୁଇ ମୁଠା ଖାଇବାକୁ ନାହିଁ । ଅର୍ଥାଭାବରୁ ଚିକିସ୍ଥାରେ ଅର୍ଥ ସାଜିଛି ବାଧକ । ବିଭିନ୍ନ ଗଣମାଧ୍ୟମରୁ ଏହି ଦୁଃଖଦ ଖବର ପାଇ ମା ତାରିଣୀ ହେଲପିଙ୍ଗ ହ୍ୟାଣ୍ଡସର ସଭାପତି ତଥା ସମାଜସେବୀ ଇଂ ଶଙ୍ଖେଶ୍ଵର ପ୍ରସାଦ ମହାନ୍ତିଙ୍କ ପରାମର୍ଶ କ୍ରମେ ବରିଷ୍ଠ ସଦସ୍ୟ ନନ୍ଦନନ୍ଦନ ଜୟସିଂ,ଜୀବନଜ୍ୟୋତି ଜୟସିଂ, ହରେକୃଷ୍ଣ ବେହେରା ଏବଂ ସମ୍ବିତ ଦାସ ପ୍ରମୂଖ ସେମାନଙ୍କ ବାସଭବନରେ ପହଞ୍ଚି ପ୍ରତ୍ୟେକ ବ୍ୟକ୍ତିଙ୍କୁ ଦଶ ହଜାର (୧୦,୦୦୦/-) ହିସାବରେ କୋଡ଼ିଏ ହଜାର (୨୦,୦୦୦/-) ଟଙ୍କାର ଆର୍ଥିକ ସହାୟତା, ଜନ୍ମଜୟ ପରିବାରକୁ ଏକ ମାସର ରାସନ୍ ସାମଗ୍ରୀ ପ୍ରଦାନ କରିବା ସହ ସେମାନଙ୍କର ଆଶୁ ଆରୋଗ୍ୟ କାମନା କରିଥିଲେ । ମା' ତାରିଣୀ ହେଲପିଙ୍ଗ ହ୍ୟାଣ୍ଡସର ବଦାନ୍ୟତା ପାଇଁ ସେମାନେ ଏବଂ ସେମାନଙ୍କ ପରିବାର ବର୍ଗ କୃତଜ୍ଞତା ଜଣାଇଥିବା ବେଳେ ଅନୁଷ୍ଠାନର ଏହି କାର୍ଯ୍ୟକୁ ସ୍ଥାନୀୟ ଅଞ୍ଚଳରେ ଭୁୟୀୟସୀ ପ୍ରଶଂସା କରାଯାଇଛି ।