Latest News
ଜେଏସଡବ୍ଲୁର 'ସମର୍ଥ ଯୁବ ବିକାଶ କେନ୍ଦ୍ର' ରେ ମାଆ ମାନଙ୍କୁ ସମ୍ମାନ ❯❯ ଆନ୍ତର୍ଜାତୀୟ ମହିଳା ଦିବସ ଅବସରରେ ପାରାଦୀପରେ ସପ୍ତାହବ୍ୟାପି ସାଂସ୍କୃତିକ ସମାବେଶ ❯❯ ମହିଳା କଲ୍ୟାଣ ଟ୍ରଷ୍ଟ ପକ୍ଷରୁ ପାରାଦୀପରେ ବିଶ୍ୱ ମହିଳା ଦିବସ ପାଳିତ ❯❯ ପାରାଦ୍ୱୀପ ବନ୍ଦର ସାକ୍ଷରତା ସମିତି ପକ୍ଷରୁ ଆନ୍ତର୍ଯ୍ୟାତୀୟ ମହିଳା ଦିବସ ପାଳିତ ❯❯ ପାରାଦୀପ ବନ୍ଦରାଧ୍ୟକ୍ଷ ପି.ଏଲ.ହରନାଦ ଙ୍କ ଦ୍ୱାରା 'ସାଇ ନିର୍ମଳ ଝର' ପ୍ରକଳ୍ପ ଉଦଘାଟିତ ❯❯ ଯୁବକକୁ ମଞ୍ଚକୁ ଡାକି ଚତୁର୍ଦ୍ଧାମୂର୍ତ୍ତିଙ୍କ ଫଟୋ ଚିତ୍ର ନେଲେ କେନ୍ଦ୍ର ଗୃହମନ୍ତ୍ରୀ ❯❯ ପାରାଦ୍ୱୀପରେ ଲାଗିଲା ରୁଷ ର ତୈଳ ବୋଝେଇ ଜାହାଜ ❯❯ ପାରାଦୀପ ବିଜେଡି ତରଫରୁ ବିଜୁ ଜନ୍ମଜୟନ୍ତୀ ପାଳନ, ଗୋଟିଏ ମଞ୍ଚରେ ଏକାଠି ହେଲେ ସମ୍ବିତ ଓ ବସନ୍ତ ❯❯ ମାନସିକ ଭିନ୍ନକ୍ଷମ ଯୁବକକୁ ଉଦ୍ଧାର କରି କଣାସ ସେବା ସଂସ୍ଥାନ କୁ ନେଲେ ସ୍ନେହମୟୀ ❯❯ ପାରାଦୀପ ବନ୍ଦର ପକ୍ଷରୁ ଆନ୍ତର୍ଜାତୀୟ ସୁରକ୍ଷା ସପ୍ତାହ ପାଳିତ ❯❯

ଧର୍ମପରାୟଣ ମହିଳା ସଜନୀ ସ୍ୱାଇଁ ଙ୍କ ପରଲୋକ

Alok Kumar Mohapatra | 16 Jan 2026 | 4 min read | 18 views

ପାରାଦ୍ୱୀପ ( ପି.ଏନ. ଏସ ) : ପାରାଦୀପ ତଥା ଜଗତସିଂହପୁର ଜିଲ୍ଲାର କାର୍ଯ୍ୟରତ ସାମ୍ବାଦିକ ସୁମନ୍ତ ସ୍ୱାଇଁ ଙ୍କ ଜେଜେ ମା ଧର୍ମପରାୟଣା ମହିଳା ସଜନୀ ସ୍ବାଇଁ ଙ୍କର ୯୧ ବର୍ଷ ବୟସରେ ପୁରୀ ଜିଲ୍ଲା ଅସ୍ତରଙ୍ଗ ବ୍ଲକ ଅନ୍ତର୍ଗତ ଆଳସାହି ଗ୍ରାମରେ ଶୁକ୍ରବାର ଦିନ ତାଙ୍କ ବାସଭବନରେ ପରଲୋକ ହୋଇଯାଇଛି। ଗତ କିଛି ଦିନ ହେବ ସେ ବାର୍ଦ୍ଧକ୍ୟ ଜନିତ ଅସୁସ୍ଥତା କାରଣରୁ ଚିକିତ୍ସିତ ହେଉଥିଲେ। ତାଙ୍କର ପରଲୋକ କୁ ନେଇ ସ୍ଥାନୀୟ ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି। ସ୍ବର୍ଗତା ସଜନୀ ସ୍ବାଇଁ ସ୍ଥାନୀୟ ଅଞ୍ଚଳରେ ଜଣେ ସମାଜସେବୀ ଭାବେ ବେଶ ପରିଚିତ ଥିଲେ । ଏଥିସହିତ ସ୍ଥାନୀୟ ଅଞ୍ଚଳରେ ବିଭିନ୍ନ ସାଂସ୍କୃତିକ ଏବଂ ଧାର୍ମିକ ଅନୁଷ୍ଠାନଗୁଡିକ ସହିତ ଜଡିତ ରହି ବିଭିନ୍ନ ସମାଜ ସଂସ୍କାର କାର୍ଯ୍ୟ କୁ ତ୍ବରାନିତ କରିବା କାର୍ଯ୍ୟ କରୁଥିଲେ। ତାଙ୍କର ଶେଷ ଦର୍ଶନ ପାଇଁ ତାଙ୍କ ବାସଭବନରେ ସ୍ଥାନୀୟ ଅଞ୍ଚଳର ବହୁ ବୁଦ୍ଧିଜୀବୀ ପହଞ୍ଚି ଶେଷ ଦର୍ଶନ କରିବା ସହିତ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ। ଗ୍ରାମ ଶ୍ମଶାନ ରେ ତାଙ୍କର ଶେଷକୃତ୍ୟ ସମ୍ପନ୍ନ ହୋଇଥିଲା। ତାଙ୍କର ପୁତ୍ର ପ୍ରତାପ ସ୍ବାଇଁ ମୁଖାଗ୍ନୀ ଦେଇଥିଲେ।