Latest News
ଜେଏସଡବ୍ଲୁର 'ସମର୍ଥ ଯୁବ ବିକାଶ କେନ୍ଦ୍ର' ରେ ମାଆ ମାନଙ୍କୁ ସମ୍ମାନ ❯❯ ଆନ୍ତର୍ଜାତୀୟ ମହିଳା ଦିବସ ଅବସରରେ ପାରାଦୀପରେ ସପ୍ତାହବ୍ୟାପି ସାଂସ୍କୃତିକ ସମାବେଶ ❯❯ ମହିଳା କଲ୍ୟାଣ ଟ୍ରଷ୍ଟ ପକ୍ଷରୁ ପାରାଦୀପରେ ବିଶ୍ୱ ମହିଳା ଦିବସ ପାଳିତ ❯❯ ପାରାଦ୍ୱୀପ ବନ୍ଦର ସାକ୍ଷରତା ସମିତି ପକ୍ଷରୁ ଆନ୍ତର୍ଯ୍ୟାତୀୟ ମହିଳା ଦିବସ ପାଳିତ ❯❯ ପାରାଦୀପ ବନ୍ଦରାଧ୍ୟକ୍ଷ ପି.ଏଲ.ହରନାଦ ଙ୍କ ଦ୍ୱାରା 'ସାଇ ନିର୍ମଳ ଝର' ପ୍ରକଳ୍ପ ଉଦଘାଟିତ ❯❯ ଯୁବକକୁ ମଞ୍ଚକୁ ଡାକି ଚତୁର୍ଦ୍ଧାମୂର୍ତ୍ତିଙ୍କ ଫଟୋ ଚିତ୍ର ନେଲେ କେନ୍ଦ୍ର ଗୃହମନ୍ତ୍ରୀ ❯❯ ପାରାଦ୍ୱୀପରେ ଲାଗିଲା ରୁଷ ର ତୈଳ ବୋଝେଇ ଜାହାଜ ❯❯ ପାରାଦୀପ ବିଜେଡି ତରଫରୁ ବିଜୁ ଜନ୍ମଜୟନ୍ତୀ ପାଳନ, ଗୋଟିଏ ମଞ୍ଚରେ ଏକାଠି ହେଲେ ସମ୍ବିତ ଓ ବସନ୍ତ ❯❯ ମାନସିକ ଭିନ୍ନକ୍ଷମ ଯୁବକକୁ ଉଦ୍ଧାର କରି କଣାସ ସେବା ସଂସ୍ଥାନ କୁ ନେଲେ ସ୍ନେହମୟୀ ❯❯ ପାରାଦୀପ ବନ୍ଦର ପକ୍ଷରୁ ଆନ୍ତର୍ଜାତୀୟ ସୁରକ୍ଷା ସପ୍ତାହ ପାଳିତ ❯❯

ସାମ୍ବାଦିକ କଲ୍ୟାଣ ଟ୍ରଷ୍ଟ ପକ୍ଷରୁ ୭୭ତମ ସାଧାରଣତନ୍ତ୍ର ଦିବସ ପାଳିତ

Bureau report | 28 Jan 2026 | 6 min read | 11 views

ପାରାଦ୍ୱୀପ ( ପି.ଏନ. ଏସ ) : ସାମ୍ବାଦିକ କଲ୍ୟାଣ ଟ୍ରଷ୍ଟ ପକ୍ଷରୁ ୭୭ ତମ ସାଧାରଣତନ୍ତ୍ର ଦିବସ ଓ ଆଲୋଚନା ଚକ୍ର ଅନୁଷ୍ଠିତ।
ପାରାଦ୍ଵୀପ - ସାମ୍ବାଦିକ କଲ୍ୟାଣ ଟ୍ରଷ୍ଟ ପକ୍ଷରୁ ଦେଶର ମହାନ ଗଣତାନ୍ତ୍ରିକ ଉତ୍ସବ ୭୭ ତମ ସାଧାରଣତନ୍ତ୍ର ଦିବସ ପାଳିତ ହୋଇଯାଇଛି। ନୂଆ ବଜାର ସ୍ଥିତ ଟ୍ରଷ୍ଟ କାର୍ଯ୍ୟାଳୟ ପରିସରରେ ଆୟୋଜିତ ପତକା ଉତ୍ତୋଳନ କାର୍ଯ୍ୟକ୍ରମ ରେ ପାରାଦ୍ଵୀପ ର ବରିଷ୍ଠ ସାମ୍ବାଦିକ ତଥା ପ୍ରମେୟ ପେପର ର ପାରାଦ୍ଵୀପ ପ୍ରତିନିଧି ଭାଗୀରଥି ମଲ୍ଲିକ ମୁଖ୍ୟ ଅତିଥି ଭାବେ ଯୋଗଦେଇ ପତକା ଉତ୍ତୋଳନ କରିଥିଲେ। ଟ୍ରଷ୍ଟ ର ଅଧ୍ୟକ୍ଷ ଅରୁଣ କୁମାର ଓଝା ଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ସଭାରେ ଦେଶର ସେହି ମହାନ ବୀର ପୁରୁଷ ସ୍ବାଧୀନତା ସଂଗ୍ରାମୀ ଯେଉଁମାନେ ଦେଶପାଇଁ ନିଜକୁ ବଳିଦାନ ଦେଇଥିଲେ, ସେମାନଙ୍କ ଉପରେ ଏକ ଆଲୋଚନାଚକ୍ର ଅନୁଷ୍ଠିତ ହୋଇଥିଲା। ଅନ୍ୟମାନଙ୍କ ମଧ୍ୟରେ ଏହି କାର୍ଯ୍ୟକ୍ରମରେ ଟ୍ରଷ୍ଟ ର ମୁଖ୍ୟ ପରାମର୍ଶଦାତା ଗଗନ ବିହାରୀ ସାହୁ, ଆଇନ ପରାମର୍ଶଦାତା କୈଳାସ ଚନ୍ଦ୍ର ସାହୁ, ସମ୍ପାଦକ ପ୍ରଶାନ୍ତ କୁମାର ରାଉତ, ଉପାଧ୍ୟକ୍ଷ ହରିଶ୍ଚନ୍ଦ୍ର ଲେଙ୍କା, ସହ ସମ୍ପାଦକ ଜଗନ୍ନାଥ ଶତପଥୀ, କୋଷାଧ୍ୟକ୍ଷ ସିଦ୍ଧେଶ୍ୱର ସ୍ବାଇଁ, ସଙ୍ଗଠନ ସମ୍ପାଦକ ଜଗବନ୍ଧୁ ସ୍ବାଇଁ, ଟ୍ରଷ୍ଟି ପ୍ରଶାନ୍ତ ରାଉତ, ସୁଦର୍ଶନ ବିଶ୍ବାଳ, ସୁଶାନ୍ତ ସାମଲ, ସଞ୍ଜୟ ମିଶ୍ର, ପ୍ରଭାସ କୁମାର ଦାସ ପ୍ରମୁଖ ବହୁ ସାମ୍ବାଦିକ ଯୋଗ ଦେଇ ଦେଶ ସ୍ବାଧୀନ ପାଇଁ ବଳିଦାନ ଦେଇଥିବା ସ୍ବାଧୀନତା ସଂଗ୍ରାମୀ ମାନଙ୍କ ଉପରେ ଆଲୋଚନା ରେ ଭାଗ ନେଇଥିଲେ।