Latest News
ଜେଏସଡବ୍ଲୁର 'ସମର୍ଥ ଯୁବ ବିକାଶ କେନ୍ଦ୍ର' ରେ ମାଆ ମାନଙ୍କୁ ସମ୍ମାନ ❯❯ ଆନ୍ତର୍ଜାତୀୟ ମହିଳା ଦିବସ ଅବସରରେ ପାରାଦୀପରେ ସପ୍ତାହବ୍ୟାପି ସାଂସ୍କୃତିକ ସମାବେଶ ❯❯ ମହିଳା କଲ୍ୟାଣ ଟ୍ରଷ୍ଟ ପକ୍ଷରୁ ପାରାଦୀପରେ ବିଶ୍ୱ ମହିଳା ଦିବସ ପାଳିତ ❯❯ ପାରାଦ୍ୱୀପ ବନ୍ଦର ସାକ୍ଷରତା ସମିତି ପକ୍ଷରୁ ଆନ୍ତର୍ଯ୍ୟାତୀୟ ମହିଳା ଦିବସ ପାଳିତ ❯❯ ପାରାଦୀପ ବନ୍ଦରାଧ୍ୟକ୍ଷ ପି.ଏଲ.ହରନାଦ ଙ୍କ ଦ୍ୱାରା 'ସାଇ ନିର୍ମଳ ଝର' ପ୍ରକଳ୍ପ ଉଦଘାଟିତ ❯❯ ଯୁବକକୁ ମଞ୍ଚକୁ ଡାକି ଚତୁର୍ଦ୍ଧାମୂର୍ତ୍ତିଙ୍କ ଫଟୋ ଚିତ୍ର ନେଲେ କେନ୍ଦ୍ର ଗୃହମନ୍ତ୍ରୀ ❯❯ ପାରାଦ୍ୱୀପରେ ଲାଗିଲା ରୁଷ ର ତୈଳ ବୋଝେଇ ଜାହାଜ ❯❯ ପାରାଦୀପ ବିଜେଡି ତରଫରୁ ବିଜୁ ଜନ୍ମଜୟନ୍ତୀ ପାଳନ, ଗୋଟିଏ ମଞ୍ଚରେ ଏକାଠି ହେଲେ ସମ୍ବିତ ଓ ବସନ୍ତ ❯❯ ମାନସିକ ଭିନ୍ନକ୍ଷମ ଯୁବକକୁ ଉଦ୍ଧାର କରି କଣାସ ସେବା ସଂସ୍ଥାନ କୁ ନେଲେ ସ୍ନେହମୟୀ ❯❯ ପାରାଦୀପ ବନ୍ଦର ପକ୍ଷରୁ ଆନ୍ତର୍ଜାତୀୟ ସୁରକ୍ଷା ସପ୍ତାହ ପାଳିତ ❯❯

ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଙ୍କ ସୁସ୍ଥତା ପାଇଁ ଦୀପ ଜାଳିଲେ ପାରାଦ୍ୱୀପ ବାସୀ

pragyansila bureau | 24 Jun 2025 | 4 min read | 7 views

ପାରାଦ୍ୱୀପ ( ପି.ଏନ. ଏସ ) : ସାଢ଼େ ଚାରି କୋଟି ଓଡିଆଙ୍କ ପ୍ରିୟ ମଣିଷ, ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିରୋଧିଦଳ ନେତା ନବୀନ ପଟ୍ଟନାୟକଙ୍କ ଆଶୁ ଆରୋଗ୍ୟ କାମନା କରି ପାରାଦ୍ଵୀପ ର ବିଭିନ୍ନ ମନ୍ଦିର ରେ ପୂଜାର୍ଚ୍ଚନା ଓ ଦୀପଦାନ କରାଯାଇଛି। ପାରାଦ୍ଵୀପ ନଗର ବିଜେଡି ପକ୍ଷରୁ ମୁକ୍ତେଶ୍ଵର ଶିବ ମନ୍ଦିରରେ ୧୦୮ ଦୀପ ଦାନ କରାଯିବା ସହିତ ପୂଜାର୍ଚ୍ଚନା କରାଯାଇଛି। ଏଠାରେ ୫୦୦ ଶହରୁ ଊର୍ଦ୍ଧ୍ବ ମହିଳା ଓ ସ୍ଥାନୀୟ ଲୋକେ ଯୋଗ ଦେଇ ନବୀନ ପଟ୍ଟନାୟକଙ୍କ ଆଶୁ ଆରୋଗ୍ୟ କାମନା କରିଥିଲେ। ସେହିପରି ପାରାଦ୍ଵୀପ ହନୁମାନ ମନ୍ଦିର ପରିସରରେ ମଧ୍ୟ ଦୀପଦାନ ଓ ପୂଜାର୍ଚ୍ଚନା କରାଯାଇଛି । ମନ୍ଦିର ପରିସରରେ ଜଗନ୍ନାଥ ମନ୍ଦିର, ହନୁମାନ ମନ୍ଦିର ଓ ସାଇ ମନ୍ଦିର ରେ ପୂଜାର୍ଚ୍ଚନା କରାଯିବା ପରେ ୧୦୮ ଦୀପ ଦାନ କରାଯାଇଥିଲା। ଏଥିରେ ଶତାଧିକ ମହିଳା ଓ ପୁରୁଷ ଯୋଗ ଦେଇ ପୂର୍ବତନ ମୁଖ୍ୟମନ୍ତ୍ରୀ ମାନ୍ୟବର ନବୀନ ପଟ୍ଟନାୟକଙ୍କ ଆଶୁ ଆରୋଗ୍ୟ କାମନା କରିଥିଲେ। ସେହିପରି ପାରାଦ୍ଵୀପ ର ୧୯ ଟି ଓ୍ବାର୍ଡ ରେ ଥିବା ବିଭିନ୍ନ ମନ୍ଦିର ମଠ ମାନଙ୍କରେ ବିଜେଡି ଦଳ ର କର୍ମକର୍ତ୍ତା ମାନଙ୍କ ପକ୍ଷରୁ ଦୀପ ଦାନ କରାଯାଇଛି।