Latest News
ଜେଏସଡବ୍ଲୁର 'ସମର୍ଥ ଯୁବ ବିକାଶ କେନ୍ଦ୍ର' ରେ ମାଆ ମାନଙ୍କୁ ସମ୍ମାନ ❯❯ ଆନ୍ତର୍ଜାତୀୟ ମହିଳା ଦିବସ ଅବସରରେ ପାରାଦୀପରେ ସପ୍ତାହବ୍ୟାପି ସାଂସ୍କୃତିକ ସମାବେଶ ❯❯ ମହିଳା କଲ୍ୟାଣ ଟ୍ରଷ୍ଟ ପକ୍ଷରୁ ପାରାଦୀପରେ ବିଶ୍ୱ ମହିଳା ଦିବସ ପାଳିତ ❯❯ ପାରାଦ୍ୱୀପ ବନ୍ଦର ସାକ୍ଷରତା ସମିତି ପକ୍ଷରୁ ଆନ୍ତର୍ଯ୍ୟାତୀୟ ମହିଳା ଦିବସ ପାଳିତ ❯❯ ପାରାଦୀପ ବନ୍ଦରାଧ୍ୟକ୍ଷ ପି.ଏଲ.ହରନାଦ ଙ୍କ ଦ୍ୱାରା 'ସାଇ ନିର୍ମଳ ଝର' ପ୍ରକଳ୍ପ ଉଦଘାଟିତ ❯❯ ଯୁବକକୁ ମଞ୍ଚକୁ ଡାକି ଚତୁର୍ଦ୍ଧାମୂର୍ତ୍ତିଙ୍କ ଫଟୋ ଚିତ୍ର ନେଲେ କେନ୍ଦ୍ର ଗୃହମନ୍ତ୍ରୀ ❯❯ ପାରାଦ୍ୱୀପରେ ଲାଗିଲା ରୁଷ ର ତୈଳ ବୋଝେଇ ଜାହାଜ ❯❯ ପାରାଦୀପ ବିଜେଡି ତରଫରୁ ବିଜୁ ଜନ୍ମଜୟନ୍ତୀ ପାଳନ, ଗୋଟିଏ ମଞ୍ଚରେ ଏକାଠି ହେଲେ ସମ୍ବିତ ଓ ବସନ୍ତ ❯❯ ମାନସିକ ଭିନ୍ନକ୍ଷମ ଯୁବକକୁ ଉଦ୍ଧାର କରି କଣାସ ସେବା ସଂସ୍ଥାନ କୁ ନେଲେ ସ୍ନେହମୟୀ ❯❯ ପାରାଦୀପ ବନ୍ଦର ପକ୍ଷରୁ ଆନ୍ତର୍ଜାତୀୟ ସୁରକ୍ଷା ସପ୍ତାହ ପାଳିତ ❯❯

କୁଜଙ୍ଗ ବ୍ଲକ୍ କାର୍ଯ୍ୟାଳୟ ଠାରେ ଯୁଗ୍ମଜନ ଅଭିଯୋଗ ଶୁଣାଣି ଶିବିର

pragyansila bureau | 30 Jun 2025 | 6 min read | 6 views

କୁଜଙ୍ଗ ( ପି.ଏନ. ଏସ ) : ଜଗତସିଂହପୁର ଜିଲ୍ଲା ପ୍ରଶାସନ ପକ୍ଷରୁ ଯୁଗ୍ମଜନ ଅଭିଯୋଗ ଶୁଣାଣି ଶିବିର କୁଜଙ୍ଗ ବ୍ଲକ୍ କାର୍ଯ୍ୟାଳୟ ଠାରେ ଅନୁଷ୍ଠିତ ହୋଇଯାଇଅଛି।ଏହି ଅଭିଯୋଗ ଶିବିର ରେ ଉପସ୍ଥିତ ରହି ଉପରିସ୍ଥ ଅଧିକାରୀ ମାନେ ଜନସାଧାରଣଙ୍କ ବିଭିନ୍ନ ଆପତ୍ତି ଅଭିଯୋଗ ର ଶୁଣାଣି କରିଥିଲେ। ଆଜି ମୋଟ ୭୯ ଟି ଅଭିଯୋଗ ପଞ୍ଜୀକୃତ ହୋଇଥିଲା। ସେଥିମଧ୍ୟରୁ ବ୍ୟକ୍ତିଗତ ସମସ୍ୟା ସମ୍ପର୍କୀୟ ୬୮ ଗୋଟି, ଗୋଷ୍ଠୀଗତ ସମସ୍ୟା ସମ୍ପର୍କୀୟ /ଗ୍ରାମ୍ୟ ସମସ୍ୟା ସମ୍ପର୍କୀୟ ୧୧ ଟି ରହିଥିଲା ।ବ୍ୟକ୍ତିଗତ ୬୮ ଟି ଅଭିଯୋଗ ମଧ୍ୟରୁ ରାସନ୍ କାର୍ଡ ସମସ୍ୟା ସମ୍ପର୍କୀୟ ୩ ଟି, ଆବାସ ପାଇଁ ୮ ଟି, ଜମିଜମା ସମସ୍ୟା ସମ୍ପର୍କୀୟ ୨୬ ଟି, ଭତ୍ତା ପାଇବା ପାଇଁ ୮ ଟି, ପୋଲିସ ସହାୟତା ପାଇଁ ୪ ଟି ଏବଂ ଅନ୍ୟାନ୍ୟ ୧୫ ଟି ଅଭିଯୋଗର ଶୁଣାଣି କରାଯାଇଥିଲା ଓ ୪ ଟି ଅଭିଯୋଗର ତତ୍କାଳ ସମାଧାନ କରାଯାଇଥିଲା । ଏହି ମିଳିତ ଜନ ଅଭିଯୋଗ ଶୁଣାଣି ଶିବିର ରେ ଆରକ୍ଷୀ ଅଧିକ୍ଷକ ଶ୍ରୀ ଭବାନୀ ଶଙ୍କର ଉଦଗାତା , ଅତିରିକ୍ତ ଜିଲ୍ଲାପାଳ, ଜଗତସିଂହପୁର, ଶ୍ରୀ ଜ୍ୟୋତି ଶଙ୍କର ରାୟ,ଅତିରିକ୍ତ ଜିଲ୍ଲାପାଳ, ପାରାଦୀପ, ଶ୍ରୀ ନିରଞ୍ଜନ ବେହେରା,ଜିଲ୍ଲା ପରିଷଦ ର ମୁଖ୍ୟ ବିକାଶ ତଥା ନିର୍ବାହୀ ଅଧିକାରୀ ଶ୍ରୀ ରବିନାରାୟଣ ଜେଠୀ ,ଗୋଷ୍ଠୀ ଉନ୍ନୟନ ଅଧିକାରୀ, କୁଜଙ୍ଗ,ଶ୍ରୀ ଦୀପକ ପ୍ରସାଦ ସ୍ୱାଇଁ, ଭାର ପ୍ରାପ୍ତ ତହସିଲଦାର, କୁଜଙ୍ଗ, ଶ୍ରୀ ଅଭିଷେକ ପଣ୍ଡା , ଜିଲ୍ଲା ସ୍ତରୀୟ ଅଧିକାରୀ, କ୍ଷେତ୍ରୀୟ ଅଧିକାରୀ, ବ୍ଲକ ସ୍ତରୀୟ ଅଧିକାରୀ ପ୍ରମୁଖ ଉପସ୍ଥିତ ରହି ଜନସାଧାରଣଙ୍କର ଆପତ୍ତି ଅଭିଯୋଗ ର ଶୁଣାଣି କରିଥିଲେ।