Latest News
ଜେଏସଡବ୍ଲୁର 'ସମର୍ଥ ଯୁବ ବିକାଶ କେନ୍ଦ୍ର' ରେ ମାଆ ମାନଙ୍କୁ ସମ୍ମାନ ❯❯ ଆନ୍ତର୍ଜାତୀୟ ମହିଳା ଦିବସ ଅବସରରେ ପାରାଦୀପରେ ସପ୍ତାହବ୍ୟାପି ସାଂସ୍କୃତିକ ସମାବେଶ ❯❯ ମହିଳା କଲ୍ୟାଣ ଟ୍ରଷ୍ଟ ପକ୍ଷରୁ ପାରାଦୀପରେ ବିଶ୍ୱ ମହିଳା ଦିବସ ପାଳିତ ❯❯ ପାରାଦ୍ୱୀପ ବନ୍ଦର ସାକ୍ଷରତା ସମିତି ପକ୍ଷରୁ ଆନ୍ତର୍ଯ୍ୟାତୀୟ ମହିଳା ଦିବସ ପାଳିତ ❯❯ ପାରାଦୀପ ବନ୍ଦରାଧ୍ୟକ୍ଷ ପି.ଏଲ.ହରନାଦ ଙ୍କ ଦ୍ୱାରା 'ସାଇ ନିର୍ମଳ ଝର' ପ୍ରକଳ୍ପ ଉଦଘାଟିତ ❯❯ ଯୁବକକୁ ମଞ୍ଚକୁ ଡାକି ଚତୁର୍ଦ୍ଧାମୂର୍ତ୍ତିଙ୍କ ଫଟୋ ଚିତ୍ର ନେଲେ କେନ୍ଦ୍ର ଗୃହମନ୍ତ୍ରୀ ❯❯ ପାରାଦ୍ୱୀପରେ ଲାଗିଲା ରୁଷ ର ତୈଳ ବୋଝେଇ ଜାହାଜ ❯❯ ପାରାଦୀପ ବିଜେଡି ତରଫରୁ ବିଜୁ ଜନ୍ମଜୟନ୍ତୀ ପାଳନ, ଗୋଟିଏ ମଞ୍ଚରେ ଏକାଠି ହେଲେ ସମ୍ବିତ ଓ ବସନ୍ତ ❯❯ ମାନସିକ ଭିନ୍ନକ୍ଷମ ଯୁବକକୁ ଉଦ୍ଧାର କରି କଣାସ ସେବା ସଂସ୍ଥାନ କୁ ନେଲେ ସ୍ନେହମୟୀ ❯❯ ପାରାଦୀପ ବନ୍ଦର ପକ୍ଷରୁ ଆନ୍ତର୍ଜାତୀୟ ସୁରକ୍ଷା ସପ୍ତାହ ପାଳିତ ❯❯

ଶ୍ରୀ ଶ୍ରୀ ବଳଦେବଜୀଉ ମହାପ୍ରଭୁ ଙ୍କ ପୀଠରେ ହେରା ପଞ୍ଚମୀ ମହାସମାରୋହରେ ପାଳିତ

pragyansila bureau | 03 Jul 2025 | 6 min read | 12 views

ଜଗତସିଂହପୁର ( ପି.ଏନ. ଏସ ) : ଜଗତସିଂହପୁର ଜ଼ିଲ୍ଲା ରେ ପ୍ରସିଦ୍ଧି ଲାଭ କରିଥିବା ସିଦ୍ଧଳ ସ୍ଥିତ ଶ୍ରୀ ଶ୍ରୀ ବଳଦେବଜୀଉ ମହାପ୍ରଭୁ ଙ୍କ ଗୁଣ୍ଡିଚା ମନ୍ଦିର ପ୍ରାଙ୍ଗଣ ରେ ଆଜି ହେରା ପଞ୍ଚମୀ କାର୍ଯ୍ୟକ୍ରମ ମହାସମାରୋହ ରେ ପାଳିତ ହୋଇଯାଇଛି| ମା ଲକ୍ଷ୍ମୀ ଶ୍ରୀ ମନ୍ଦିର ରୁ ସୁସଜିତ ପାଲିଙ୍କି ରେ ଏକ ଶୋଭାଯାତ୍ରା ରେ ବଡ ଦାଣ୍ଡ ରୁ ଶ୍ରୀ ଗୁଣ୍ଡିଚା ମନ୍ଦିର ଯାଇଥିଲେ |ସେଠାରେ ମହାପ୍ରଭୁ ଙ୍କ ଉପରେ କ୍ରୋଧନ୍ୱିତ ହୋଇ ରଥ ଭାଙ୍ଗି ଶ୍ରୀ ମନ୍ଦିର ପ୍ରତ୍ୟାବର୍ତନ କରିବା ପରେ ଗୁଣ୍ଡିଚା ମନ୍ଦିର ପ୍ରାଙ୍ଗଣରେ ସାଂସ୍କୃତିକ ଭଜନ ସଂନ୍ଧ୍ୟା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା | ଠାକୁର ରାଜା ଜ଼ିଲ୍ଲାପାଳ ଜେ ସୋନାଲ ପ୍ରଦୀପ ପ୍ରଜ୍ଜ୍ୱଳନ କରି ଭଜନ ସଂନ୍ଧ୍ୟା କାର୍ଯ୍ୟକ୍ରମ କୁ ଆନୁଷ୍ଠାନିକ ଭାବେ ଉଦଘାଟନ କରିଥିଲେ | ମନ୍ଦିର ପରିଚାଳନା ଟ୍ରଷ୍ଟି
ଉପ ଜ଼ିଲ୍ଲାପାଳ ପ୍ରଶାନ୍ତ କୁମାର ତରାଇ ,
ଜ଼ିଲ୍ଲା ସଂସ୍କୃତି ଅଧିକାରୀ ଦିଲ୍ଲୀପ କୁମାର ଜେନା ପ୍ରମୁଖ ଉପସ୍ଥିତ ରହି ଜଗନ୍ନାଥ ସଂସ୍କୃତି ଏବଂ ପରମ୍ପରା ଉପରେ ଉଦବୋଧନ ଦେଇଥିଲେ |ପରିଚାଳନା ପରିଷଦ ସଦସ୍ୟ
ଲକ୍ଷ୍ମୀ ନାରାୟଣ ସାମନ୍ତରାୟ ଅତିଥି ପରିଚୟ ପ୍ରଦାନ କରିବା ପରେ ସମସ୍ତ ଅତିଥି ଙ୍କୁ ବଡ଼ ପଣ୍ଡା ଅରୁଣ କୁମାର ପଣ୍ଡା ପୁଷ୍ପଗୁଚ୍ଛ, ସ୍ମୁତି ଫଳକ ଦେଇ ସମ୍ବର୍ଦ୍ଧିତ କରିଥିଲେ |
ପରିଚାଳନା ପରିଷଦ ସମ୍ପାଦକ ଜ୍ୟୋତି ରଞ୍ଜନ ପରିଡା, ପ୍ରିୟ ନାଥ ରାୟ, ଆଶିଷ ମହାପାତ୍ର, ସୁର ପ୍ରସାଦ ନାୟକ, ମୌସୁମୀ ବାରିକ ପ୍ରମୁଖ କାର୍ଯ୍ୟ ପରିଚାଳନା କରିଥିବା ବେଳେ ସଦସ୍ୟ ରାମଚନ୍ଦ୍ର ଦାଶ ଧନ୍ୟବାଦ ଅର୍ପଣ କରିଥିଲେ |