Latest News
ଜେଏସଡବ୍ଲୁର 'ସମର୍ଥ ଯୁବ ବିକାଶ କେନ୍ଦ୍ର' ରେ ମାଆ ମାନଙ୍କୁ ସମ୍ମାନ ❯❯ ଆନ୍ତର୍ଜାତୀୟ ମହିଳା ଦିବସ ଅବସରରେ ପାରାଦୀପରେ ସପ୍ତାହବ୍ୟାପି ସାଂସ୍କୃତିକ ସମାବେଶ ❯❯ ମହିଳା କଲ୍ୟାଣ ଟ୍ରଷ୍ଟ ପକ୍ଷରୁ ପାରାଦୀପରେ ବିଶ୍ୱ ମହିଳା ଦିବସ ପାଳିତ ❯❯ ପାରାଦ୍ୱୀପ ବନ୍ଦର ସାକ୍ଷରତା ସମିତି ପକ୍ଷରୁ ଆନ୍ତର୍ଯ୍ୟାତୀୟ ମହିଳା ଦିବସ ପାଳିତ ❯❯ ପାରାଦୀପ ବନ୍ଦରାଧ୍ୟକ୍ଷ ପି.ଏଲ.ହରନାଦ ଙ୍କ ଦ୍ୱାରା 'ସାଇ ନିର୍ମଳ ଝର' ପ୍ରକଳ୍ପ ଉଦଘାଟିତ ❯❯ ଯୁବକକୁ ମଞ୍ଚକୁ ଡାକି ଚତୁର୍ଦ୍ଧାମୂର୍ତ୍ତିଙ୍କ ଫଟୋ ଚିତ୍ର ନେଲେ କେନ୍ଦ୍ର ଗୃହମନ୍ତ୍ରୀ ❯❯ ପାରାଦ୍ୱୀପରେ ଲାଗିଲା ରୁଷ ର ତୈଳ ବୋଝେଇ ଜାହାଜ ❯❯ ପାରାଦୀପ ବିଜେଡି ତରଫରୁ ବିଜୁ ଜନ୍ମଜୟନ୍ତୀ ପାଳନ, ଗୋଟିଏ ମଞ୍ଚରେ ଏକାଠି ହେଲେ ସମ୍ବିତ ଓ ବସନ୍ତ ❯❯ ମାନସିକ ଭିନ୍ନକ୍ଷମ ଯୁବକକୁ ଉଦ୍ଧାର କରି କଣାସ ସେବା ସଂସ୍ଥାନ କୁ ନେଲେ ସ୍ନେହମୟୀ ❯❯ ପାରାଦୀପ ବନ୍ଦର ପକ୍ଷରୁ ଆନ୍ତର୍ଜାତୀୟ ସୁରକ୍ଷା ସପ୍ତାହ ପାଳିତ ❯❯

ଆଦିକବି ସାରଳା ଦାସ ସଂସ୍କୃତି ଭବନରେ ଆନ୍ତର୍ଜାତୀୟ ସମବାୟ ବର୍ଷ ପାଳିତ

pragyansila bureau | 10 Jul 2025 | 6 min read | 7 views

ଜଗତସିଂହପୁର ( ପି.ଏନ. ଏସ ) : ଅନ୍ତର୍ଜାତୀୟ ସମବାୟ ବର୍ଷ ଉପଲକ୍ଷେ ପ୍ରଧାନମନ୍ତ୍ରୀଙ୍କ ଫସଲ ବୀମା ଓ ମିଆଦୀ ଋଣ ସମ୍ପର୍କୀୟ ଏକ କର୍ମଶାଳା ସ୍ଥାନୀୟ ଆଦିକବି ସାରଳା ଦାସ ସଂସ୍କୃତି ଭବନ ଠାରେ ଅନୁଷ୍ଠିତ ହୋଇଯାଇଅଛି । ଏଥିରେ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଶ୍ରୀଯୁକ୍ତ ଜ୍ୟୋତି ଶଙ୍କର ରାୟ , ଅତିରିକ୍ତ ଜିଲ୍ଲାପାଳ ଜଗତସିଂହପୁର କୃଷକ ମାନଙ୍କୁ ସଚେତନତା ମାଧ୍ୟମରେ ଫସଲ ବୀମାରେ ଅନ୍ତର୍ଭୁକ୍ତ କରାଯାଇ ଫସଲ ବୀମାର ଉଚିତ ପ୍ରାପ୍ୟ ଦେବା ପାଇଁ ପଦକ୍ଷେପ ନେବାକୁ କହିଥିଲେ ।
ପ୍ରାରମ୍ଭରେ ଶ୍ରୀଯୁକ୍ତ ପ୍ରଭାତ ଚନ୍ଦ୍ର ଶତପଥି ଉପନିବନ୍ଧକ ସମବାୟ ସମିତି ସମୂହ , ଜଗତସିଂହପୁର ବିଭାଜନ ଜଗତସିଂହପୁର ସ୍ୱାଗତ ଭାଷଣ ଓ ଅତିଥି ପରିଚୟ ପ୍ରଦାନ କରିଥିଲେ । ଅନ୍ୟମାନଙ୍କ ମଧ୍ୟରେ ଡି ଡି ପ୍ଲାନିଂ ସବିତା ସାହୁ , ବିଦ୍ୟୁତଲତା ମହାପାତ୍ର DDM , NABARD, ଜିଲ୍ଲା କୃଷି ଅଧିକାରୀ, , ସାରଦା ପ୍ରସନ ବିଶ୍ୱାଳ ,ରିଲିଆନ୍ସ ବୀମା କମ୍ପାନୀ ର ,ଜ଼ିଲ୍ଲା ସଂଯୋଜକ , ସମ୍ପାଦକ କଟକ କେନ୍ଦ୍ର ସମବାୟ ବ୍ୟାଙ୍କ ର ପ୍ରତିନିଧି ଯୋଗ ଦେଇ ସେମାନଙ୍କର ବକ୍ତବ୍ୟ ପ୍ରଦାନ କରିଥିଲେ । ଉପନିବନ୍ଧକ, ସମବାୟ ସମିତି ସମୂହ ଏବଂ ସହକାରୀ ନିବନ୍ଧକଙ୍କ ,ସମବାୟ ସମିତି ସମୂହ କାର୍ଯ୍ଯାଳୟର ବିବେକାନନ୍ଦ ବେହେରା , ରାଖାଲ ଚନ୍ଦ୍ର ସାମଲ , ସୁମନ ବେହେରା , ମିତାଲି ବୋଷ , ଉପସ୍ଥିତ ଥିଲେ । ଜଗତସିଂହପୁର ନିୟନ୍ତ୍ରିତ ବଜ଼ାର କମିଟି ର ସମ୍ପାଦକ ସୂର୍ଯ୍ୟକାନ୍ତ ଦାସ ମଧ୍ୟ ଉପସ୍ଥିତ ଥିଲେ । ଶେଷରେ ପ୍ରଭାତ କୁମାର ମହାପାତ୍ର , ସହକାରୀ ନିବନ୍ଧକ, ସମବାୟ ସମିତି ସମୂହ , ଜଗତସିଂହପୁର ମଣ୍ଡଳ , ଜଗତସିଂହପୁର ଧନ୍ୟବାଦ ଅର୍ପଣ କରିଥିଲେ ।